![]() |
ମାନସିକ ଉତ୍ତେଜନା ଭୋଗି ପାରନ୍ତି । ମନରେ ଉଦ୍ବେଗ ଜାତ ହୋଇପାରେ । ଈର୍ଷାପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଭାଗବ୍ୟବସାୟରୁ ଲାଭ ମିଳିବ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ହେବେ । |
![]() |
ପରିବେଶ ଆପଣଙ୍କ ପାଇଁ ଲାଭପ୍ରଦ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ । ସାମାଜସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିଲେ ସର୍ବତ୍ର ବିଜୟୀ ହେବେ । |
![]() |
ଆର୍ଥିକ ପରିସ୍ଥିତି ଜଟିଳ ହୋଇପାରେ । ଶତ୍ରୁ ହାବୁଡ଼ରେ ପଡ଼ିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ମିଳିବ । । |
![]() |
କାର୍ଯ୍ୟକୁ ସରଳୀକରଣ କରିପାରନ୍ତି । ନିର୍ଭୟରେ କାର୍ଯ୍ୟ ସମ୍ପାଦନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭ ହେବ । ତନ୍ତ୍ରମନ୍ତ୍ରାଦି ବିଦ୍ୟା ପ୍ରତି ରୁଚି ରହିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ସୁଖୀ ହେବେ । |
![]() |
ପାରସ୍ପରିକ ବୁଝାମଣା ଠିକ୍ ରହିବ । କ୍ଷୋଭ ବୃଦ୍ଧି ହୋଇପାରେ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଗୁଣବନ୍ତ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । |
![]() |
ଯୋଗାଯୋଗ ପ୍ରଗତିଶୀଳ ହେବ । କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧହସ୍ତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । |
![]() |
ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ସାମୟିକ ଭାବେ ବିଶ୍ରାମ ଗ୍ରହଣ କରିପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ । |
![]() |
ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଧନ-ସମ୍ପଦ ବୃଦ୍ଧି ହେବ । |
![]() |
ବ୍ୟବସାୟରେ ଲାଭ-କ୍ଷତି ସମାନ୍ତରାଳରେ ଗତି କରିବ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ଭାବେ ଶତ୍ରୁର ମନ କିଣି ପାରନ୍ତି । ସାହସୀ ହେବେ । ଜ୍ଞାନ ଗରିମାଯୁକ୍ତ ହୋଇପାରନ୍ତି । ଗୁପ୍ତବିଦ୍ୟାରେ ରୁଚି ରହିବ । |
![]() |
ଅପ୍ରିୟ ପରିସ୍ଥିତିରେ ପଡ଼ିପାରନ୍ତି । ରୋଜଗାର ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । |
![]() |
ଦାୟିତ୍ୱ ଓ ଅଧିକାରରେ ବୃଦ୍ଧି ଘଟିବ । କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । |
![]() |
ଅଜାଣତରେ ସାମାନ୍ୟ କ୍ଷତିର ସମ୍ମୁଖୀନ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ସୁଖ ମିଳିବ । |