![]() |
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ସୁଖଭୋଗ କରିପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ରରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । |
![]() |
ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । |
![]() |
ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ବିଭିନ୍ନ ଦିଗରୁ ଧନାଗମ ହେବ । |
![]() |
ଆୟ ଆଶାନୁରୂପ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନ ଲାଭର ସୂଚନା ମିଳୁଛି । ସୁଖୀ ହେବେ । |
![]() |
କର୍ମଚଞ୍ଚଳ ରହିବେ । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ନିରୋଳାରେ କଛି ସମୟ ବିତାଇବାକୁ ଇଚ୍ଛା ପ୍ରକାଶ କରିପାରନ୍ତି । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଉପୁଜିପାରେ । ସର୍ବୋପରି ରାଜଯୋଗ ଅଛି । ଧାର୍ମିକ ପ୍ରବୃତ୍ତିର ହେବେ । |
![]() |
ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର ମନ୍ତ୍ର ତଥା ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ । ଯାନବାହନ ସୁଖ ମିଳିବ । |
![]() |
କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ । କୀର୍ତ୍ତିମାନ୍ ହୋଇପାରନ୍ତି । |
![]() |
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବହୁ ସୁଖର ଅଧିକାରୀ ହେବେ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ପରିସ୍ଥିତିରେ ପଡ଼ି ବ୍ୟବହାର ସରଳ ସୁନ୍ଦର ଥିବାବେଳେ ହୃଦୟରେ ପ୍ରତିହିଂସା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । |
![]() |
ବ୍ୟବସାୟ ଲାଭଜନକ ହେବ । ସମାଜ ସେବାପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ଅବିବାହିତମାନଙ୍କର ମନୋରମା କନ୍ୟା ସହିତ ବିବାହ ସମ୍ବନ୍ଧ ସ୍ଥିର ହେବ । ସୁଖ ଭୋଗ କରିବେ । |
![]() |
ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି । ଗୁଣଜ୍ଞ ହେବେ । |
![]() |
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେର ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଭଲରେ ଚାଲିବ । |