![]() |
କାର୍ଯ୍ୟରେ ସଫଳତା ମିଳିବ । ଉଦାର ସ୍ୱଭାବର ହେବେ । ବୁଦ୍ଧିମାନ, ଦାନଶୀଳ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ମଧୁର ଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃସ୍ନେହ ଅତୁଟ ରହିବ । ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । |
![]() |
ସୁଖ-ସମ୍ମାନ ଲାଭ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଈଶ୍ୱର ବିଶ୍ୱାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । |
![]() |
ବିଚାର କ୍ଷେତ୍ରରେ ଉଦାର ନୀତି ଅବଲମ୍ବନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ପରକୁ ଆପଣାର କରିବେ । ବ୍ୟୟ ବୃଦ୍ଧି ହେବାର ସମ୍ଭାବନା ରହିଛି । |
![]() |
ସଫଳତା ଲାଭ କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରି ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । |
![]() |
ନିରପେକ୍ଷ ନିଷ୍ପତ୍ତି ଗ୍ରହଣ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ଓ ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ଓ ତେଜୀୟାନ ହେବେ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ବିଳାସ-ବ୍ୟସନ ସହିତ ସୁଖ ଭୋଗ ଅଛି । ସମୃଦ୍ଧିର ମୂଳଦୁଆ ପଡ଼ିବ । ଧର୍ମାତ୍ମା, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । |
![]() |
ଆମୋଦ-ପ୍ରମୋଦରେ ସମୟ ବିତାଇ ପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । |
![]() |
ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଆଗ୍ରହୀ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ପତ୍ନୀଙ୍କ କଥାରେ ପରିଚାଳିତ ହେବେ । |
![]() |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ । ଭ୍ରାତୃଭାବ ଅତୁଟ ରହିବ । ସୁସ୍ଥ ଓ ନିରାମୟ ଓ ସର୍ବ ଶକ୍ତିସମ୍ପନ୍ନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ଓ ବିଭିନ୍ନ ସୂତ୍ରରୁ ଆସିବ । ପତ୍ନୀ ଆଜ୍ଞାକାରୀ ହେବେ । ପାରିବାରିକ ସୁଖ ମିଳିବ । |