![]() |
ଭାଗ୍ୟଶାଳୀ ହୋଇପାରନ୍ତି । ସ୍ୱାତନ୍ତ୍ର୍ୟ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସମ୍ୱାଦ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମା ଜିଣିବେ। ଧନଲାଭ ହେବ । ସୁସ୍ଥ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । |
![]() |
କର୍ମଚଞ୍ଚଳ ରହିବେ । ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ସ୍ୱାସ୍ଥ୍ୟ ରକ୍ଷା ପାଇଁ ବ୍ୟୟଭାର ବଢ଼ିଯାଇପାରେ । ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିବେ । |
![]() |
ବିଭିନ୍ନ ସୂତ୍ରରୁ ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭ ହେବ । |
![]() |
କାର୍ଯ୍ୟରେ ସଫଳତା ମିଳିବ । ମନ ପ୍ରସନ୍ନ ରହିବ । କୁଳପ୍ରଦୀପ ହେବେ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ଆରାମଦାୟକ ଜୀବନ-ଯାପନ କରିପାରନ୍ତି । ସମୃଦ୍ଧିର ମୂଳଦୁଆ ପଡ଼ିବ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିଶୋଧ ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଜଳଯାତ୍ରା ନ କରିବା ଭଲ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ । |
![]() |
ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ବେଳେବେଳେ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । |
![]() |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ ସମ୍ମାନ ଲାଭ କରିବେ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହେବେ । |
![]() |
ଉଦାର ପ୍ରକୃତିର ହେବେ । ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । |
![]() |
ନେତୃସ୍ଥାନୀୟ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । |