ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ । ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ । କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ପରିସ୍ଥିତିବଶତଃ କାମ ଚାପରେ ନିଜକୁ ଆଷ୍ଟ କରିବାକୁ ବାଧ୍ୟ ହେବେ। | |
ସକାଳୁ ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ନାପସନ୍ଦ କରିବେ । ଯେତେ ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ଛୋଟକଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ। ଆଜିର କର୍ମାରମ୍ଭ, ବ୍ୟବସାୟ ଏବଂ ପରିଜନଙ୍କ ସହ ଯାତ୍ରା ପ୍ରୀତିପ୍ରଦ ରହିବ। | |
କଳେବଳେ କୌଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସା ଭାଜନ ହେବେ । ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କଷ୍ଟକର ହେବ। ପାରିବାରିକ ସୁଖ, ସୌହାର୍ଘ୍ୟ ମଧ୍ୟରେ ଦୈନନ୍ଦିନ ଜୀବନଯାତ୍ରା ସୁରୁଖୁରୁରେ ଅତିବାହିତ ହେବ। | |
ଭଲ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ । ସନ୍ଦେହଜନିତ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ। | |
ଭୁଲ୍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ । ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ। | |
ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବା ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି। | |
ଭୁଲ୍ ବୁଝାମଣାରୁ ପାରିବାରିକ କଳହର ସମ୍ଭାବନା ରହିଛି। ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ । ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭ କରି ଖୁସି ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରେ। | |
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। ବହୁତ ଦିନର ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଘରୋଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ। | |
ଦିନର ଅଧିକାଂଶ ସମୟ ସମସ୍ୟା ଭିତରେ ଗତି କରୁଥିବାରୁ ଅନ୍ୟମନସ୍କ ରହିପାରନ୍ତି। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ବନ୍ଦିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପଡ଼ୋଶୀ କଣ୍ଟାବାଡ଼ରେ ଲୁଗାଛାଟି କଳି କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ୱାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି। | |
ଆପଣ ଯେଉଁଥପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ। ସାମାନ୍ୟ ବିଳମ୍ବିତ ସମୟରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। | |
ସାଧାରଣ କଥାରେ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି । ବନ୍ଧୁଙ୍କ ପରାମର୍ଶରେ ସାନ୍ତନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ବ ଦେବେ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। | |
ଆଜିର କର୍ମକ୍ଷେତ୍ରରେ ଦକ୍ଷତାଭିଭିକ କୃତି ଓ କୃତିତ୍ଵ କାରଣରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। |
For daily odia rashiphala visit our website daily in the morning. This is compiled from a trusted source.
Odia Calendar 2024