OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Friday 28th April 2023

Odia Rashiphala

Odia Rashiphala

ଆଜି ଶୁକ୍ରଙ୍କ ପ୍ରଭାବରୁ ମଧୁର ବ୍ୟବହାରରେ ସମସ୍ତଙ୍କୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ହେତୁ ଖୁସି ହେବେ । ନିଜ ପରିବେଶରେ ସହମତି ମାଧ୍ଯମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ବ୍ୟୟ ହୋଇଯାଇପାରେ ।
କର୍ମକ୍ଷେତ୍ରରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ, କିନ୍ତୁ ଲାଭ ପାଇବାରେ ବିଳମ୍ବ ଘଟିବ । ବନ୍ଧୁମାନଙ୍କ ଜରିଆରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶନିଙ୍କ ପ୍ରଭାବରେ ଆଗାମୀ ମାଙ୍ଗଳିକ କାମ ସକାଶେ ତପ୍ତରତା ଦେଖା ଦେଇପାରେ ।
ଚନ୍ଦ୍ର ଦ୍ବିତୀୟସ୍ଥ ଯୋଗୁ ମନ ବ୍ରୁଝିଲାଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୂକୂଳ ବାତାବରଣ ସୃଷ୍ଟି ହେବ। ସାଧାରଣ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିବ। ପ୍ରତିଦ୍ବନ୍ଦିତା, ପ୍ରତିଯୋଗିତା, କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ପ୍ରଶାସନିକ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍ମସ୍ଥାନରେ ଚତୁଃଗ୍ରହ ହେତୁ ଆଶା ଓ ନିରାଶାର ଦୋଛକିରେ ରହି ସମୟକୁ ଅପେକ୍ଷା କରିବେ। ସହକର୍ମୀଙ୍କ ସୌହାର୍ଦ୍ଦାରୁ ସମସ୍ୟା ସମାଧାନ ହେବ। ଅଶ୍ଳେଷା ନକ୍ଷତ୍ର ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ କାର୍ଯ୍ୟକାରୀ ହାଇ ନ
ପାରେ। ବନ୍ଧୁଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତିରୁ ଏକ ପ୍ରକାର ଆଶ୍ଵସ୍ତି ହେବେ।
ଚତୁର୍ଥଭାବ ଶନିଙ୍କ ଦୃଷ୍ଟିରେ ଥିବାରୁ ସାମାଜିକ: କ୍ଷେତ୍ରରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି। ସାହିତ୍ୟ, କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଲାଗିରହିଥିବା ଶତ୍ରୁତା, ଅଶାନ୍ତି ଓ ରଣଭାର ହ୍ରାସ ପାଇବ। ଉତ୍ତରାଫାଲଗୁନୀ ନକ୍ଷତ୍ର ନିଜ ନିଜର କର୍ମକ୍ଷେତ୍ରସ୍ଥ ଉଚ୍ଚସ୍ତରରୁ ସମ୍ମାନିତ ହେବେ।
ଜନକଲ୍ୟାଣ କାରକ ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଧନସ୍ଥାନ ପାପଦୃଷ୍ଟ ହେତୁ ପଇସା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୂରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତିତ ରହିବେ ।
ବୃହସ୍ପତିଙ୍କ ଶୁଭଦୃଷ୍ଟି ପ୍ରଭାବରୁ ଆଜିର ପ୍ରତ୍ୟୁଷ ଯାତ୍ରା ବନ୍ଧୁଙ୍କ ଜରିଆରେ ଫଳବତୀ ହେବ । ଆଗନ୍ତୁକ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ବିଶାଖା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ପରିବହନରୁ ଲାଭବାନ୍‌ ହୋଇପାରନ୍ତି। ରାଜନୀତି, ସଂଗଠନ, ଗବେଷଣା ଓ ପ୍ରତିଯୋଗିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ସମସ୍ୟା ଲାଗିରହୁଥିବାରୁ ପରିସ୍ଥିତିର ମୁକାବିଲା ଲାଗି ଚେଷ୍ଟା କରିବା ଭଲ। ଅନୁରାଧା ନକ୍ଷତ୍ରର ବିଗତ ଦିନର କୌଣସି ଘଟଣା ସକାଶେ ଟେନ୍‌ସନ୍‌ ବଢ଼ିପାରେ। ମାଲିମକଦ୍ଦମା, ଜମିଜମା କାରବାର, ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ୍‌
ଜିନିଷର କିଣାବିକା କ୍ଷେତ୍ରରେ ସୁଫଳ ପାଇବେ।
ବହୁଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ବିକ ପରିସ୍ଥିତି ଭଲ ନ ଥିଲେ ମଧ୍ଯ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିଦ୍ବନ୍ଦିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ପରିବାର ସ୍ଥାନରୁ ଏକାଧିକ ଗ୍ରହ ସଂଯୋଗରୁ ସମ୍ପର୍କୀୟଙ୍କ ସହ ସୁସମ୍ପର୍କକୁ କେନ୍ଦ୍ରକରି ସମସ୍ୟା ଦେଖାଦେବ। ପାରିବାରିକ ଦୁଶ୍ଚିନ୍ତାରୁ ରକ୍ତଚାପ ବଢିଯାଇପାରେ। ପରିସ୍ଥିତିରେ ପଡି ଧନିଷ୍ଠା ନକ୍ଷତ୍ର ଧାର କରଜ କରି କାମ ତୁଲାଇ ନେବେ। କାଳେ ଦେବାକୁ ପଡିବ, ଏହି କଥା ଚିନ୍ତା କରି ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ।
ଆଜି ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। ଶତଭିଷା ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ସ୍ଥାନୀୟ ବ୍ୟକ୍ତିବିଶେଷଙ୍କ ଦ୍ବାରା ଉପକୃତ ହେବେ। ଦୂରଯାତ୍ରାରେ ଆଶା ପୂରଣ ହେବାର ସମ୍ଭାବନା ରହିଛି। ପରିବାର ମଧ୍ଯରେ ଛୋଟ କଥାକୁ ଧରିବସନ୍ତୁ ନାହିଁ, ଯାହାକି ସମସ୍ୟା ବୃଦ୍ଧି କରିବ।
ଆଜି ବନ୍ଧୁଙ୍କ ଆଲୋଚନାନ୍ତେ ଆଗାମୀ ଯୋଜନା ପ୍ରସ୍ତୁତ କରିପାରନ୍ତି। ପଡ଼ୋଶୀଙ୍କ ସହାୟତାରେ ବାକିପଡିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ବାକ୍‌ ସଂଯମତା ଅଭାବରୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ପୂର୍ବଭାଦ୍ରପଦ ନକ୍ଷତ୍ରର ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ଆଶଙ୍କାକୁ ଏଡ଼ାଇ ହେବ ନାହିଁ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments