![]() | କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଦ୍ବିଜା ନକ୍ଷତ୍ର ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ବାସ ଜନ୍ମାଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । |
![]() | କଠିନଶ୍ରମଜନିତ ସ୍ବାସ୍ଥ୍ୟହାନି ଯୋଗୁ ପୀଡ଼ାରୁ କଷ୍ଟ – ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ। କୃଭିକା ନକ୍ଷତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। |
![]() | କର୍ମକ୍ଷେତ୍ରରେ କଠିନ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୁନର୍ବସୁ ନକ୍ଷତ୍ର ବହୁପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । |
![]() | କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ଅଶ୍ଳେଷା ନକ୍ଷତ୍ର ଗୁରୁଦାୟିତ୍ବ ବହନ କରି ବ୍ୟସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସହ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। |
![]() | ପୂର୍ବାଫାଲଗୁନୀ ନକ୍ଷତ୍ର କୌଣସି ନୂତନ ସହ କାର୍ଯ୍ୟରେ ହାତଦେଇ ସଫଳତା ପାଇବେ । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ| ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । |
![]() | ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ। ହଠାତ୍ ପୁରାତନ ରୋଗର ପୀଡ଼ା ଅନୁଭବ ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଚିତ୍ରା ନକ୍ଷତ୍ର ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ । |
![]() | ଗତକାଲିର ଆଲୋଚନା ଅନୁଯାୟୀ ଆଜିର କି କାମଗୁଡ଼ିକ ସବୁ ଠିକ୍ ଠିକ୍ ହୋଇଯିବ। ଭର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁମନ୍ତବ୍ୟ ଦେଇପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସ୍ବାତୀ ନକ୍ଷତ୍ରର ଯାନ୍ତ୍ରିକ ତୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ । |
![]() | ବନ୍ଧୁମାନଙ୍କ ସହ ଆଲୋଚନା ଦ୍ବାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପାରିବାରିକ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ। ଅନୁରାଧା ନକ୍ଷତ୍ର ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ଆଲୋଚନା, ସଭାସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ବହୁତ ଭଲ । |
![]() | ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ପୂର୍ବାଷାଢ଼ା ନକ୍ଷତ୍ରର ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ବନ୍ଦ ଦୂର ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। |
![]() | ଅଫିସରେ ଏକାଧ୍କ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପାରିବାରିକ ସ୍ଥିତି ବିଶେଷ ଭଲ ରହି ନ ପାରେ । |
![]() | ଗୁରୁତ୍ବପୂର୍ଣ୍ଣ ନିଷ୍ପରିନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। କର୍ମକ୍ଷେତ୍ରରେ ଜଣା ଶୁଣା ବ୍ୟକ୍ତି ବିଶେଷଙ୍କ ଦ୍ବାରା ଉପକୃତା ହେବେ। ସହକର୍ମୀଙ୍କ ସହ ବାଦବିବାଦ କ୍ରମେ ଜଟିଳ ହୋଇପାରେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । |
![]() | ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ଵାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଅପୂରଣୀୟ ଅଭିଳାଶ ନେଇ ନୈରାଶ୍ୟଜନିତା ଦୁଃଖ ଅନୁଭବ କରିବେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ପିଲାଙ୍କ ଉନ୍ନତିରେ ଖୁସି ଜାହିରର ଅବସର ମିଳିବ | |