OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Friday 3rd November 2023

Odia Rashiphala

Odia Rashiphala

କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଦ୍ବିଜା ନକ୍ଷତ୍ର ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ବାସ ଜନ୍ମାଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ ।
କଠିନଶ୍ରମଜନିତ ସ୍ବାସ୍ଥ୍ୟହାନି ଯୋଗୁ ପୀଡ଼ାରୁ କଷ୍ଟ – ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ। କୃଭିକା ନକ୍ଷତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି।
କର୍ମକ୍ଷେତ୍ରରେ କଠିନ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୁନର୍ବସୁ ନକ୍ଷତ୍ର ବହୁପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି ।
କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ଅଶ୍ଳେଷା ନକ୍ଷତ୍ର ଗୁରୁଦାୟିତ୍ବ ବହନ କରି ବ୍ୟସ୍ତ ହୋଇପାରନ୍ତି। ବନ୍ଧୁଙ୍କ ସହ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ପୂର୍ବାଫାଲଗୁନୀ ନକ୍ଷତ୍ର କୌଣସି ନୂତନ ସହ କାର୍ଯ୍ୟରେ ହାତଦେଇ ସଫଳତା ପାଇବେ । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ| ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ।
ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ। ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଚିତ୍ରା ନକ୍ଷତ୍ର ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ ।
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କି କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଭର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁମନ୍ତବ୍ୟ ଦେଇପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସ୍ବାତୀ ନକ୍ଷତ୍ରର ଯାନ୍ତ୍ରିକ ତୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ ।
ବନ୍ଧୁମାନଙ୍କ ସହ ଆଲୋଚନା ଦ୍ବାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପାରିବାରିକ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ। ଅନୁରାଧା ନକ୍ଷତ୍ର ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ଆଲୋଚନା, ସଭାସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ବହୁତ ଭଲ ।
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ‌ ବନ୍ଧୁମିଳନରୁ ଉତ୍ସାହିତ ହେବେ। ପୂର୍ବାଷାଢ଼ା ନକ୍ଷତ୍ରର ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ବନ୍ଦ ଦୂର ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ଅଫିସରେ ଏକାଧ୍‌କ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପାରିବାରିକ ସ୍ଥିତି ବିଶେଷ ଭଲ ରହି ନ ପାରେ ।
ଗୁରୁତ୍ବପୂର୍ଣ୍ଣ ନିଷ୍ପରିନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। କର୍ମକ୍ଷେତ୍ରରେ ଜଣା ଶୁଣା ବ୍ୟକ୍ତି ବିଶେଷଙ୍କ ଦ୍ବାରା ଉପକୃତା ହେବେ। ସହକର୍ମୀଙ୍କ ସହ ବାଦବିବାଦ କ୍ରମେ ଜଟିଳ ହୋଇପାରେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।
ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ଵାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଅପୂରଣୀୟ ଅଭିଳାଶ ନେଇ ନୈରାଶ୍ୟଜନିତା ଦୁଃଖ ଅନୁଭବ କରିବେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ପିଲାଙ୍କ ଉନ୍ନତିରେ ଖୁସି ଜାହିରର ଅବସର ମିଳିବ |
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments