OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Friday 8th September 2023

Odia Rashiphala

Odia Rashiphala

କର୍ମକ୍ଷେତ୍ରରେ ମଧ୍ଯ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଭାତୃଦର୍ଗ ଦ୍ବାରା ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମାଧାନ କରିବେ । ସାମାଜିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ।
ଜଣେ ହିତୈଷୀଙ୍କ ଦ୍ବାରା ସମସ୍ୟା ସମାଧାନର ରାସ୍ତା ଖୋଲିଯିବ | କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ସହକର୍ମୀ କିମ୍ବା ଅଧମ୍ଥନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
ସମ୍ପର୍କୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର ଯୋଜନା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ । ଅଫିସରେ ପରସ୍ପର ଗୋଡ଼ଟଣାଟଣି ହେତୁ କାମ ହାସଲ କଷ୍ଟକର ହୋଇପଡିବ। ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ଯ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ।
ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇଯିବା କାରଣରୁ ଏକ ପ୍ରକାର ଆଶ୍ଵସ୍ତି ଲାଭ କରିବେ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ସୁସି ରହିବ । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଧାର କରଜ, ଭଡ଼ା ସୂତ୍ରରୁ ବକେୟା ଟଙ୍କା ଆଦି ପାଇବେ ।
ଆଜି ପରିଜନଙ୍କ ସହିତ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ବନ୍ଦିତାରେ ସଫଳତା ହାସଲ କରିବେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡିପାରେ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଖମଣା ସମସ୍ୟାର ମୁଖ୍ୟ କାରଣ ହେବ।
ଆଶା ପୂରଣ ହେବା ସାଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କିଛି ଯୋଡିବା ସକାଶେ ଚିନ୍ତା କରିବେ । ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଜମିଜମା କାରବାର, ପ୍ରେସ୍‌, ପବ୍ଲିକେଶନରେ ସମସ୍ୟା ସମାଧାନ ହୋଇଯିବ।
ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ଯରୁ ଉପକୃତ ହେବେ । ଶାରୀରିକ ପରିଶ୍ରମ ଜନିତ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ। ବ୍ୟବସାୟ କିମ୍ବା ପରିବହନରେ ଝଗଡ଼ା ଲାଗିପାରେ ।
ସବୁ କାମ ଠିକ୍‌ ଠିକ୍‌ ହେବ କିନ୍ତୁ ସୁବିଧାରେ ନୁହେଁ ବହୁତ ଝଡ଼ଝଞ୍ଜା ମଧ ଦେଇ ଗତି କରିବାକୁ ପଡିବ | କାମଗୁଡ଼ିକ ମନ୍ଥର ହେବ ଏବଂ ଅନ୍ୟମାନଙ୍କ ସହ ବୁଝାମଣା ଠିକ୍‌ ରହିବ ନାହିଁ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରି ପାରନ୍ତି। ଅବଶ୍ୟ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ନିଜ ଲୋକମାନେ ବିଶ୍ବାସଘାତକତା କରିପାରନ୍ତି, ଏଣୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳିବା ଭଲ ହେବ। କୁସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ । ନୂତନ ଗୃହ କିମ୍ବା ଜମିଜମା ବିଷୟରେ ନୂତନ ଚୁକ୍ତିପତ୍ର ସ୍କାକ୍ଷରିତ ହୋଇପାରେ । ରପ୍ଵାନି ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ ।
ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କେତେକ କ୍ଷେତ୍ରରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ ।
ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ। ଭୁଲ୍‌ ବୁଝାମଣାଜନିତ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ । ବ୍ୟବସାୟରେ ଭାଗୁଆଳିମାନଙ୍କ ସହ ମାନମନାନ୍ତର ଦେଖା ଦେଇପାରେ। ଧାତୁ, ଅଳଙ୍କାର, ଞଷଧପତ୍ର ଓ ସୌଖୀନା ଦ୍ରବ୍ୟ କ୍ରୟ କରିପାରନ୍ତି।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments