 | ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ଦ୍ଵରାନ୍ବିତ କରିବେ। ଅଶ୍ଵିନୀ ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ । |
 | କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ। ଅନ୍ୟମାନଙ୍କ ଚାପରେ ପଡି ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍ସନ ବୃଦ୍ଧି ପାଇପାରେ । ରୋହିଣୀ ନକ୍ଷତ୍ର କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। |
 | ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ନ ବଢିପାରେ। ପୁନର୍ବସୁ ନକ୍ଷତ୍ରର ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ଅନ୍ୟମାନଙ୍କ କାନକୁହା କଥା ଶୁଣି ଉପର ଅଧ୍କାରୀ ଆପଣଙ୍କ ଉପରେ ଖପ୍ପା ହୋଇପାରନ୍ତି । ମନା ଭିତର ଗୋପନ କଥାକୁ ଅନ୍ୟକୁ କହି ସମାଲୋଚିତ ହେବେ । |
 | ଆଜି ଅଶ୍ଲେଷା ନକ୍ଷତ୍ର ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ ନତୁବା କଳହର ସମ୍ମୁଖୀନ ହେବାକୁ ପଡିପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ । ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । |
 | ଆପଣଙ୍କ ଯୁକ୍ତିଯୁକ୍ତ କଥାକୁ ବନ୍ଧୁମାନେ ପସନ୍ଦ କରିବା ସହ ସହମତି ପ୍ରକାଶ କରିବେ। ମଘା ନକ୍ଷତ୍ରର ପରିବାରରେ ପିଲାମାନଙ୍କ ସମସ୍ୟା ଭିତରେ ନିଜେ ବାନ୍ଧିହୋଇ ଯାଇ ପାରନ୍ତି। ଦୀର୍ଘ ଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । କର୍ମକ୍ଷେତ୍ରରେ ମିତ୍ର, ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। |
 | ସମସ୍ୟା ରହିଥିଲେ ମଧ୍ଯ ବିଶେଷ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ। ସହକର୍ମୀଙ୍କ ସାହାଯ୍ୟରେ ଦୀର୍ଘଦିନର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ହସ୍ଥା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। |
 | ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ଖୁସି ରହିବେ ଏବଂ କାବ୍ୟ, ସାହିତ୍ୟ, କଳା, କାରିଗରି ପ୍ରତି ରୁଚି ବଳିବ ସ୍ବାତୀ ନକ୍ଷତ୍ର ବିଭିନ୍ନ ସୂତ୍ରରୁ ରୋଜଗାର କରିବେ କିନ୍ତୁ ବ୍ୟବସାୟରେ ପ୍ରତିଦ୍ବନ୍ଦିତା ବଢିପାରେ। ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । |
 | କୌଶଳ ମାଧ୍ଯମରେ କାମ ହାସଲ କରିପାରିବେ । ସଭାସମିତି କିମ୍ବା ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଅନୁରାଧା ନକ୍ଷତ୍ର ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିବ। |
 | ଆଜି ପୂର୍ବାଷାଢା ନକ୍ଷତ୍ର କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ ଏବଂ ନିର୍ମାଣ କ୍ଷେତ୍ରରେ ଦୃନ୍ଦ ଦୂର ହେବ। ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। |
 | ଆଜି ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିନୟପୂର୍ଣ୍ଣ କଥା କହିବେ। ଶ୍ରବଣାର ପାରିବାରିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ସବୁକିଛି ଜାଣିଥିଲେ ମଧ୍ଯ ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର କରିବା ସକାଶେ ଆପ୍ରାଣ ଚେଷ୍ଟା କରିବେ। |
 | ଶତଭିଷା ନକ୍ଷତ୍ର ବିଭିନ୍ନ କଥା ଚିନ୍ତା କରି ମାନସିକ ସ୍ଥିତି ଭଲ ରହି ନ ପାରେ। ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ପରିବାରରେ ଭାବୁଥିବା କଥାଟି ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ, କିନ୍ତୁ କିଛି କହିପାରିବେ ନାହିଁ। |
 | କର୍ମକ୍ଷେତ୍ରରେ କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରି ଏକପ୍ରକାର ଆଶ୍ଵସ୍ତି ଲାଭ କରିବେ । ପରିବାରରେ ଶୁଣାକଥାକୁ ବିଶ୍ବାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଉତ୍ତରଭାଦ୍ରବ ନକ୍ଷତ୍ର ବିଭିନ୍ନ କ୍ଷେତ୍ରରେ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ। ଆତ୍ମନିର୍ଭରଶୀଳ ହୋଇ ମନକୁ ବୁଝାଇ ଆଗାମୀ ଭବିଷ୍ୟତର ପରିକଳ୍ପନା କରିବେ |