OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Monday 22th May 2023

Odia Rashiphala

Odia Rashiphala

ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ। ହଠାତ୍‌ ଆନୁଷ୍ଠାନିକ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ ।
ଶ୍ରୁତିରୋଚକ କଥା କହି ବନ୍ଧୁମାନଙ୍କ ପ୍ରିୟଭାଜନ ହେବେ। କର୍ମକ୍ଷେତ୍ରସ୍ଥ ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ସନ ଲାଗି ରହିବ। ପରିବାରର ଆକସ୍ମିକ ଆବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧ କରିବ। ସାମାଜିକ ସ୍ତରରେ ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ଯ କାର୍ଯ୍ୟ ସାଧନ କରିବେ ।
ସାମୟିକ ଶାରୀରିକ ଅସୁସ୍ଥତା ପୂର୍ବାହ୍ନ ସମୟଟିକୁ ନିରୁତ୍ସାହିତ କରିବ। ବିବାଦୀୟ ପରିସ୍ଥିତିରେ କିମ୍ବା କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତା ସାମୂହିକ କାର୍ଯ୍ୟରେ ନିଜକୁ ସାମିଲ୍‌ କରି ପରିବାର ପାଇଁ ସମୟ ଦେଇପାରିବେ ନାହିଁ।
ଆଜି ମାଙ୍ଗଳିକ କାମ ସକାଶେ କର୍ମ ମୁଖର ରହିବେ । ଆର୍ଥିକ କ୍ଷେତ୍ରରେ ଯଦି ସମସ୍ୟା ରହିଥାଏ ତାହାର ପୂର୍ଣ୍ଣଚ୍ଛେଦ ଅପରାହ୍ନରେ ପଡ଼ିଯିବ। ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇ ଦେଇପାରନ୍ତି। ପରିବାରରେ ପରସ୍ପର ଆଲୋଚନା ଦ୍ବାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ପଛ କଥା ଭୁଲି ସମୟର ସଦୁପଯୋଗ କରିପାରିଲେ ଫାଇଦା ଉଠାଇବାରେ ଅସୁବିଧା ନାହିଁ। ମନରେ ସାହସ ବାନ୍ଧି କାମ କଲେ ସଫଳତା ପାଇବେ। ଯେତେ ସୁଯୋଗ ସୃଷ୍ଟି କଲେ ମଧ୍ଯ ସେମାନଙ୍କୁ ସନ୍ତୁଷ୍ଟ କରିବା କଷ୍ଟ ହେବ। ପାରିପାର୍ଶ୍ବିକ ପରିସ୍ଥିତି ଭଲ ରହିବ। ଏକ ସଙ୍ଗେ ଅନେକ କାମ ହାତକୁ ନେଇ ବ୍ୟସ୍ତ ହେବେ।
ପାରିବାରିକ ‘ କ୍ଷେତ୍ରରେ ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ। ସାଧାରଣ କଥାରେ ବିତର୍କ ସୃଷ୍ଟି ହେବାର ଆଶଙ୍କା ପରିଲକ୍ଷିତ ହେବ। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ପାରିବାରିକ କ୍ଷେତ୍ରରେ ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ। ସାଧାରଣ କଥାରେ ବିତର୍କ ସୃଷ୍ଟି ହେବାର ଆଶଙ୍କା ପରିଲକ୍ଷିତ ହେବ। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।
ଆଜି ସକାଳୁ ବନ୍ଧୁମିଳନ ଓ ଧାର୍ମିକ କାର୍ଯ୍ୟରେ ମନ ଉଲ୍ଲସିତ ରହିବ। କୌଣସି କ୍ଷେତ୍ରରେ ବାଚାଳତା ପରିହାର କରି ଅନଧ୍ଵକାର ଚର୍ଚ୍ଚା କରିବା ଠିକ୍‌ ହେବ ନାହିଁ। ଅନ୍ୟମାନଙ୍କ କଥାରେ ଭାସି ନ ଯାଇ ସ୍ଥାନ, କାଳ, ପାତ୍ରକୁ ଗୁରୁତ୍ବ ଦେବା ଭଲ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ ।
ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ। ନିଜ ଲୋକଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ଗବେଷଣା, ଲେଖାପଢ଼ା କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇପାରନ୍ତି।
ଯାହା କରିବା ସକାଶେ ମନସ୍ଥ କରିଛନ୍ତି ବିନା ପ୍ରତିବନ୍ଧକରେ ତାହା ସମ୍ପନ୍ନ କରିବେ। ଏତଦ୍‌ ବ୍ୟତୀତ କର୍ମକ୍ଷେତ୍ରରେ ଓ ପାରିବାରିକ ସମସ୍ୟାରୁ ମଧ୍ଯ ମୁକୁଳି ଯାଇ ପାରନ୍ତି। ସାୟାହ୍ନରେ କୌଣସି ସୁଖଦ ଶୁଭଖବର ପାଇ ମନ ବହୁତ ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ।
ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ପ୍ରତ୍ୟେକ କାମ ସୁବିଧାରେ ସମ୍ପନ୍ନ ହେବ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟକ୍ଷେତ୍ରରେ ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ଜମିଜମା ସମସ୍ୟା, ମାଲିମକଦ୍ଦମା, ଆନୁଷ୍ଠାନିକ କାମରେ ବ୍ୟସ୍ତତା ବୃଦ୍ଧି ପାଇବ |
ସମସ୍ଯା ରହିଥିଲେ ମଧ ସମାଧାନ ଦିଗରେ ଉଦ୍ୟମର ଅଭାବ ପରିଲକ୍ଷିତ ହେବ। ପ୍ରତ୍ୟେକ ପରିସ୍ଥିତକୁ ସାମ୍ନା କରିବାକୁ ଚେଷ୍ଟା କରିବା ଭଲ। ଯାତ୍ରା, ବାଣିଜ୍ୟ, ମାଲି ମକଦ୍ଦମା, ସାଙ୍ଗଠନିକ କ୍ଷେତ୍ରରୁ ସୁଫଳ ପ୍ରାପ୍ତି ହେବ। ପ୍ଲଟିଂ କାରବାର, ପ୍ରଯୁକ୍ତି ବିଦ୍ୟା, ପ୍ରଶାସନ, ଲୋକ ସମ୍ପର୍କ ଆଲୋଚନା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଅଗ୍ରଗତି ଘଟିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments