ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଅଭାବରୁ କାମରେ ଅଗ୍ରଗତି ହୋଇପାରିବ ନାହିଁ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ । କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ ହେବେ। କର୍ମକ୍ଷେତ୍ରରେ ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ। | |
ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃଷ୍ଟିକୋଣରୁ ଉନ୍ନତି କରିବେ । ବନ୍ଧୁଙ୍କ ନିକଟରୁ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ। ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। | |
ବନ୍ଧୁମାନେ ଯେତେ ବିରୋଧ କଲେ ମଧ୍ୟ ଆପଣଙ୍କୁ କିଛି ଫରକ ପଡିବନାହିଁ । ପାରିବାରିକ କ୍ଷେତ୍ରରେ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢି ଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲର ଆଶା ରହିଛି। | |
ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଅଭିଯୋଗ ଆଣିପାରନ୍ତି। କୌଣସି ବିବାଦୀୟ ଘଟଣାରେ ବନ୍ଧୁଙ୍କ ହସ୍ତକ୍ଷେପ ଦ୍ବାରା ଆଶଙ୍କା ଦୂର ହୋଇଯିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ, ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିବ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ ସୁଫଳ ପାଇପାରନ୍ତି। | |
ଆଜି ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ। ଯାତ୍ରା ସମୟରେ ପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବା ହେତୁ ବିରକ୍ତ ହେବେ। ଦୀର୍ଘଦିନର ଇଚ୍ଛୁକ ଜିନିଷଟି ଆଜି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ । | |
ଆଜି ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ। ଯାତ୍ରା ସମୟରେ ପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବା ହେତୁ ବିରକ୍ତ ହେବେ। ଦୀର୍ଘଦିନର ଇଚ୍ଛୁକ ଜିନିଷଟି ଆଜି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ । | |
ଆଜି ଯାହା ଓ ଯେମିତି ଚାହୁଁଛନ୍ତି ସେମିତି କାମ କରନ୍ତୁ କିନ୍ତୁ ବିବାଦରୁ ଦୂରେଇ ରହନ୍ତୁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଦୀର୍ଘ ଦିନରୁ ପ୍ରଶାସନିକ ସ୍ତରରେ ରହିଥିବା ସମସ୍ୟାର ସମଧାନ ହୋଇଯିବ। ପ୍ରିୟବନ୍ଧୁଙ୍କ ପାଇଁ ମନ ଛଟପଟ ହେବା ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ। | |
ପରିବାରର ବିଭିନ୍ନ ସମସ୍ୟା ବିଷୟ ଚିନ୍ତାକରି ମାନସିକ ସୁସ୍ଥତା ରହିବ ନାହିଁ। ସହକର୍ମୀଙ୍କ ସହ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ବ ନେଇ ପ୍ରଶଂସିତ ହୋଇପାରନ୍ତି। | |
ବିଭିନ୍ନ ସମସ୍ୟା ମଧ୍ଯରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କିଛି ଗୁପ୍ତକଥା, କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନାରେ ଟେନ୍ସନ ବଢ଼ିବ । ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯନ୍ କରିପାରନ୍ତି। ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ । | |
ମୂଲ୍ୟହୀନ କଥାରେ ବିତର୍କ କରି ପରିବାରରେ କଳହ ଲାଗିପାରେ। ଖର୍ଚ୍ଚାନ୍ତ ହୁଅନ୍ତୁ ପଛେ କୌଣସି କାମ ଅଟକିବ ନାହିଁ । ମାଲିମକଦ୍ଦମା, ନିର୍ମାଣ, ପରିବହନ, ପ୍ରଶାସନିକ କ୍ଷେତ୍ର, ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ସହ ଅଟକି ଥିବା କାମ ସହଜରେ ହାସଲ କରିବେ। | |
ବନ୍ଧୁଙ୍କ ନିକଟରୁ ପ୍ରାପ୍ତି ଆଶା ନିରର୍ଥକ ହେବ ନାହିଁ କିନ୍ତୁ ସହଜରେ ପାଇବା କାଠିକର ପାଠ ହେବ। ନିଜ ପରିସରରେ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ । କଠୋର ପରିଶ୍ରମ କାରଣରୁ ଶାରୀରିକ ଅସୁସ୍ଥ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। | |
କୌଣସି ବନ୍ଧୁଙ୍କ ସାହାଯ୍ୟରୁ ଯାନବାହନ, ନୂତନ ମେସିନେରି ଜିନିଷ କିଣିପାରନ୍ତି। ଆତ୍ମୀୟଙ୍କ ସ୍ଵାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ମନ ହାଲୁକା ହୋଇଯିବ । ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ଠାକ୍ ହୋଇଯିବ । ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁଆର୍ଥିକ ସ୍ଥିତିରେ ସୁଧାର ଆସିବାର ପୂର୍ଣ୍ଣ ସମ୍ଭାବନା ରହିଛି। |
For daily odia rashiphala visit our website daily in the morning. This is compiled from a trusted source.
Odia Calendar 2024