OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Saturday 11th Jun 2022

Odia Rashiphala

Odia Rashiphala

ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟଅତ୍ୟନ୍ତ ଲାଭପ୍ରଦ ହେବ। ଶାନ୍ତ ଓ ଧର୍ଯ୍ୟବାନ୍ ହେବେ। ଅହଂଭାବକୁ ସମର୍ପି ଦେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।
ବଦଖର୍ଚ୍ଚୀ ହୋଇପାରନ୍ତି। ସାମାନ୍ୟ ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସ୍ୱନାମଧନ୍ୟ ହେବେ।
କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ତେଜସ୍ୱୀ ହେବେ।
ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରେ ଲାଭବାନ୍ ହେବେ। ଯାନବାହନ ସୁଖ ମିଳିବ।
ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ପ୍ରେମୀ, ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ।
ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ରଯୁକ୍ତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। କୀର୍ତ୍ତୀମାନ ହେବେ। ଧନାଗମର ସୂଚନା ମିଳୁଛି।
ରୋଜଗାର ଊଣା ହେବ ନାହିଁ। ଐଶୂର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣକ୍ଷେତ୍ରରେ ବୀରତ୍ୱ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିବ।
କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି।ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମକାର୍ଯ୍ୟରେ ବ୍ୟୟ ବଢିବ।
ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ।ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ସ୍ୱାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି।ଧର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିବେ। ସତର୍କରେ ଚଳିବାକୁ ପଡିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments