OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Saturday 4th November 2023

Odia Rashiphala

Odia Rashiphala

ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା .କରନ୍ତୁ। ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ।
ଯେତେ ଭଲ କାମ କଲେ ମଧ୍ଯ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧ ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅର୍ଥ ସମ୍ପର୍କକୁ ନେଇ ଭ୍ରାର୍ଦୂବିବାଦ ଦେଖାଦେଇପାରେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ୍‌ ବଳାଇବେ। ମହିଳାମାନେ ପାରିବାରିକ ଚିନ୍ତାରେ ବୃଡିରହିବେ ।
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ହି ସମ୍ମୁଖୀନ ହେବେ। ସହକର୍ମୀମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ାରେ ପ୍ରଶଂସାର ପାତ୍ର ହେବେ। ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ ।
ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତିକରି ସଫଳତା ପାଇବେ। ସନ୍ତାନହେତୁକ ପୀଡ଼ା ଅନୁଭବ କରିପାରନ୍ତି। ବ୍ୟବସାୟୀଙ୍କ ମଧ୍ଯରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ପୁରୁଣା ରୋଗକଷ୍ଟ ସହିବାକୁ ପଡ଼ିପାର। ଆର୍ଥିକ ସ୍ଥିତି ଭଲ ରହିବ।
ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଏ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଅନ୍ୟମାନଙ୍କ ସକାଶେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।
ଦୁର୍ଭାବନା ବଢ଼ିଚାଲିବ। । ଅନ୍ୟମାନଙ୍କୁ ସହଜରେ ବିଶ୍ବାସ କରିପାରିବେ ନାହିଁ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ବାସ ହେଲା ଭଳି କାମ କରିବେ। ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି ଓ କାହାର ସ୍ଵାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ସାମାନ୍ୟ ଚିନ୍ତିତ ହୋଇପାରନ୍ତି |
ଦେହ ଭଲ ରହିଲେ ମଧ୍ଯ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ନୂତନ ଯୋଜନା ପାଇଁ କର୍ମତପ୍ପର ହୋଇ ଉଠିବେ। ପିଲାମାନଙ୍କର କୃତି ଓ କୃତିତ୍ବ ସକାଶେ ଗର୍ବ ଅନୂଭବ କରିବେ। ମହିଳାମାନଙ୍କ ପାଇଁ ଦିନଟି ଆମୋଦପ୍ରଦ ହେବ।
ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା ଲ୍‌ କଷ୍ଟକର ହେବ। ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। କୌଣସି ଅଭାବ ନ ଥାଇ ମଧ୍ଯ ମନଟା ଭଲ ଲାଗିବ ନାହିଁ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ । ଆବଶ୍ୟକତାଠୁ ଅଧିକ ବ୍ୟୟ କରିବାକୁ ବାଧ୍ଯ ହେବେ |
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ମହିଳାମାନେ ଗୁରୁଜନଙ୍କ ସ୍ଵାସ୍ଥ୍ୟ ସକାଶେ ଚିନ୍ତିତ ରହିବେ ।
ଆଜି ହଠାତ୍‌ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଭଚ୍ଚ ଫଳ ପ୍ରାପ୍ତି ହୋଇପାରେ। କେତେକ ସାମାନ୍ୟ ଭୁଲ୍‌ରୁ କାମ ଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । କର୍ମକ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ଵାଭାବିକ ଭାବେ ଚିନ୍ତା କରିବେ ।
ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଆଜି ଦିନ ମଧ୍ଯରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ଯ ନିନ୍ଦା ଅପବାଦର ଶରବ୍ୟ ହେବେ। ସ୍ବାସ୍ଥ୍ୟ ଭଲ ରହିବ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments