OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Saturday 5th August 2023

Odia Rashiphala

Odia Rashiphala

ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ ।କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ଯରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ଯ ଶିଥିଳତା ଦେଖାଦେବ | ଆବଶ୍ୟକତା ଅନୁଭଭ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି ।
ପରିସ୍ଥିତି ତାଡନାରେ ଇଚ୍ଛା ନ ଥିଲେ ମଧ୍ଯ କେତେକ କାମ କରିବାକୁ ବାଧ୍ଯ ହେବେ। ଦୀର୍ଘ ଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ
ବିଭିନ୍ନ ପ୍ରକାର ଅଭାବ ଅନଟନ ମାନସିକ ଶାନ୍ତିକୁ୍ ନଷ୍ଟ କରିପାରେ। ମନର ଦୁଃଖକୁ ଲୁଚାଇ ରଖି ଏ ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଅପରାହ୍ନେ ଆଶା କରିଥିବା ଜିନିଷଟି ପାଇ ଖୁସି ହେବେ ।
ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ଦ୍ବରାନ୍ବିତ କରିବେ। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରଶାସନିକ ସ୍ତରରେ ଏପରିକି ଶିଳ୍ପ, ବାଣିଜ୍ୟରେ ମଧ୍ଯ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ ।
କର୍ମ କ୍ଷେତ୍ରରେ ଆହ୍ବାନ ବ୍ୟତିରେକେ ମଧ୍ଯସ୍ଥତା କରି ସମ୍ମାନିତ ହୋଇପାରନ୍ତି। ପାରିବାରିକ ସ୍ତରରେ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପୂର୍ବାଫାଲଗୁନୀ ନକ୍ଷତ୍ର ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ପୂର୍ବ ରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତୁତା ଆଚରଣ କରିବେ। ରଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ଅଧିକାଂଶ ସମୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇଁ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।
କୌଣସି କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିପାରନ୍ତି କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା ଓ କାରଣରୁ କେତେକ ଭୁଲ୍‌ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ସାମାନ୍ୟ ବିଳମ୍ବିତ ସମୟରେ ଆଶା ପୂରଣ ହୋଇଯିବ ।
ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ବାରା ସମସ୍ୟାର ସମାଧାନ ହୋଇଯିବ। ପୂର୍ବାଷାଢା ନକ୍ଷତ୍ର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦଂ ହୋଇ ନ ପାରେ ସ୍ଵାସ୍ଥ୍ୟ ସମସ୍ୟା ଯୋଗୁ କୌଣସି ଗୁରୁତ୍ବପୂର୍ଣ୍ଣ କାମ ଅଟକି ରହିଯିବ। ନିର୍ମାଣାଧୀନ କାମ ପୂର୍ଣ୍ଣାଙ୍ଗ ନ ହେବା ମୂଳରେ ଅର୍ଥାଭାବ ଯୋଗୁ ବିଚଳିତ ହେବେ।
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ । ଶ୍ରବଣା ନକ୍ଷତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।
ଆଜିର କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ। ଶତଭିଷା ନକ୍ଷତ୍ର କିନ୍ତୁ ସହମତିରେ କାମ କଲେ ଅପେକ୍ଷାକୃତସଫଳତା ପାଇପାରନ୍ତି। ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ। ଦୀର୍ଘଦିନରଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ ।
ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିଲେ ମଧ୍ଯ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁମାନଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ରାଜନୈତିକ ସ୍ଥିତି ପ୍ରତି କୌଣସି ସମସ୍ୟାର ସୁରାକ ପାଇ କୃଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ବନ୍ଧୁଙ୍କ ପରାମର୍ଶରେ ଆଧ୍ଯାତ୍ମିକ ଚିନ୍ତାଧାରାରେ ଉଦ୍‌ବୁଦ୍ଧ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments