OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Sunaday 31th November 2023

Odia Rashiphala

Odia Rashiphala

ଆପଣଙ୍କ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ । କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।
କଥାକୁ ଠିକ୍‌ ଭାବରେ ନବୁଝି କିମ୍ବା କଥା କଥାକେ ମଉଜିଆ କଥା କହିବାକୁ ନେଇ କଳହ ଲାଗିପାରେ। ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି କିମ୍ବା ସମସ୍ୟାର ଆଶଙ୍କା ରହିଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଖୁସି ରହିପାରନ୍ତି ।
ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହୋଇପାରିବ। ବିଭିନ୍ନ ଯୋଜନା, ସାଂଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ ।
ଆଜି ବନ୍ଧୁଙ୍କ ସହ ବିବାଦ ଓ କିଛି ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ। ଅପେକ୍ଷା କରିଥିବା ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ। ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ । ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ଆଜି ଧାର୍ମିକ କାର୍ଯ୍ୟ, ସତ୍‌ସଙ୍ଗ, ଦେବାର୍ଚ୍ଚନା କରିବାକୁ ମନ ବଳାଇବେ। ପରିବାରରେ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ମାତ୍ର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ନ ହେବାରୁ ଦୁଃଖିତ ହେବେ। ଅର୍ଥ ଦେବା ନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି ।
ନୂତନ ବନ୍ଧୁ ସମ୍ପର୍କ ଓ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। କୌଣସି ନିର୍ଦ୍ଦିଷ୍ଟ କାରଣ ନ ଥାଇ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତ ହେବେ।
ଯାହା ଖୋଜୁଛନ୍ତି ଅବଶ୍ୟ ପାଇବେ, ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ଯ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନସନ୍‌ ବଢ଼ିପାରେ ।
ଆପଣଙ୍କ କୌଶଳପୂର୍ଣ୍ଣ କଥାବାର୍ତ୍ତା କାମକୁ ସହଜ‌ କରିବାରେ ସାହାଯ୍ୟ କରିବ। ଅତି ଦରକାରୀ ଜିନିଷ ଗୁଡ଼ିକ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି |
ଆଲୋଚନା ପରିସରରେ ନୀରବତା ଅବଲମ୍ବନ କରି ବନ୍ଧୁ କହିଥିବା କଥାରେ ସତ୍ୟତାକୁ ଉପଲବ୍‌ଧ୍‌ କରିବେ। ପରିବାରରେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ଯ ହେବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ। ପରିହାସ ଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବାରେ ସାହାଯ୍ୟ କରିବ।
ଆଜିର ଯାତ୍ରା, ଶୁଭ କାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ। ସାମାନ୍ୟ କେତେକ ସଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୂତ ଭଲ କାମ କରିବେ। ଆଶା ପୂରଣ ହେବ, ଅର୍ଥ ପାଇବେ ଏବଂ ନୂତନ ଜିନିଷ କ୍ରୟ କରିବା ସକାଶେ ପାଇଁ ମନ ବଳିବ। ପରିବାର ମଧ୍ଯରେ ଛୋଟ କଥାକୁ ଧରି ବସନ୍ତୁ ନାହିଁ।
ଆଜି ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିଯାଇଥିବ। ସଭାସମିତିରେ ମିଠା କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି। ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments