OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Sunday 22th January 2023

Odia Rashiphala

Odia Rashiphala

କର୍ମ ସ୍ଥାନରେ ତିନୋଟି ଗ୍ରହ ହେତୁ ସାମାନ୍ୟ ଭୁଲ୍‌ରୁ କାମ ବିଶୃଙ୍ଖଳିତ ହୋଇଯାଇପାରେ। ଆର୍ଥିକ ସ୍ଵଚ୍ଛଳତା ରହିଥିଲେ ମଧ୍ଯ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ।ସାମାଜିକ ସ୍ତରରେ ସମସ୍ୟାକୁ ସରଳ ଭାବେ ସମାଧାନ କରିପାରିବେ।
ଶୁକ୍ରଙ୍କ ଶୁଭ ପ୍ରଭାବରୁ ଆଜିର କାମ ପାଇଁ କୌଣସି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ବ ସ୍ଥାପନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନାଦି ଦିଗରୁ ସମସ୍ୟାମୁକ୍ତ ରହିପାରନ୍ତି। ବିବାଦୀୟ ସ୍ଥିତିରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍ କରିପାରନ୍ତି |
ଚନ୍ଦ୍ରଙ୍କ ଶୁଭଦୃଷ୍ଟିରୁ ବିଭିନ୍ନ ଦିଗରୁ ଅର୍ଥାଗମର ଦ୍ବାର ଉନ୍ମୁକ୍ତ ହୋଇଯିବ। କିନ୍ତୁ ଘରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଅଫିସ୍‌ରେ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ। ଆଇନ ମାମଲାରେ ଫଳ ଉତ୍ତମ |
ଆଜିର କର୍ମକ୍ଷେତ୍ରରେ କୌଣସି ବିବାଦୀୟ ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ। ନିଜର ପ୍ରତ୍ୟୁପ୍ରନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡ଼ା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇପାରନ୍ତି।
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ସଫଳତା ପାଇବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଆଜି ସକାଳୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ। ଦୂର ସମ୍ପର୍କୀୟଙ୍କ ବନ୍ଧୁଙ୍କ ଆଗମନ ଉଜ୍ଜଳ ।
ଚାପଗ୍ରସ୍ତ ହୋଇ କେତେକ କ୍ଷେତ୍ରରେ ଇଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଅଭାବ ନ ଥିଲେ ମଧ୍ଯ ଯାହା ଚାହୁଁଛନ୍ତି ତାହା ନପାଇ ଅବସାଦ ଲାଗି ରହିବ।ଯାନ୍ତ୍ରିକ ତ୍ରୁଟିରୁ ଯାତ୍ରାରେ ବିଳମ୍ବ ଘଟିପାରେ, କିନ୍ତୁ ଲକ୍ଷ୍ୟ ହାସଲ କରିବେ ।
ଅଯଥା ତର୍କ ନ କରି ଆଲୋଚନା ଜାରି ରଖିଲେ ସମସ୍ୟାର ସମାଧାନ ହୋଇଯିବା ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ବ୍ୟବସାୟ, ପରିବହନ ଓ ନିର୍ମାଣ,ମାଲିମକଦ୍ଦମା ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ଋଣ ପରିଶୋଧ ପାଇଁ ନୂତନ ଯୋଜନା କରିପାରନ୍ତି।
ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ବନ୍ଦ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ । ଅର୍ଥସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ପ୍ରତ୍ୟେକ କ୍ଷେତ୍ରରେ ସହନଶୀଳତା ଆଚରଣ କଲେ ସମସ୍ୟା ଦୂରେଇଯିବ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି। କର୍ମାରମ୍ଭ, ଯାନବାହନ,ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ ।
ଗୁରୁତ୍ବପୁର୍ଣ୍ଣ ନିଷ୍ପତି ନେବା ପୁର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ଆଦୌ ଭଲ ସମ୍ପର୍କ ନଥିବା କୌଣସି ବ୍ୟକ୍ତି ବିଶେଷଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଜଣେ ସମ୍ପର୍କୀୟ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନକ ଦୁଃଖ ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଖୁସି ହେବେ। ନିଜ ଚତୁପାର୍ଶ୍ବରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣା କଥାକୁ ବିଶ୍ବାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ଫୂର୍ବଭାଦ୍ରବ ନକ୍ଷତ୍ର ଯେତେ ଭଲ ମନେହେଲେ ମଧ୍ଯ ଘର ଭିତରୁ ଆଦର ପାଇବେ ନାହିଁ।
For daily odia rashiphala visit our website daily in the morning. This is compiled from a trusted source.

Odia Calender 2023

Comments

comments