![]() | କର୍ମକ୍ଷେତ୍ରର ସମସ୍ୟା ଦୃଢ଼ ହସ୍ତରେ ଦମନ କରିବାରେ ସମର୍ଥ ହେବେ। ଛୋଟ ଘଟଣା ପ୍ରତି ଧ୍ଯାନ ଦେଲେ ନିଜ ଲୋକ ସନ୍ଦେହ ପରିସରକୁ ଆସିଯିବେ। ପୂର୍ବ ଶତ୍ରୁତା କାରଣରୁ ଆରକ୍ଷୀ ସମ୍ପର୍କିତ ବିବାଦୀୟ ଘଟଣାର ଅବସାନ ଘଟିବ। ବ୍ୟବସାୟରେ ଉଚ୍ଚ ଫଳ ପ୍ରାପ୍ତି। ମହିଳାମାନେ ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହେବେ । |
![]() | ପୂର୍ବ ଶତ୍ରୁତା କାରଣରୁ ପ୍ରତ୍ୟେକ କାର୍ଯ୍ୟାବଳୀର ସଠିକ୍ ସମୀକ୍ଷା କରିପାରିବେ ନାହିଁ। ବାଣିଜ୍ୟ, ଯାତ୍ରା, ପ୍ରତିଦ୍ବନ୍ଦିତା ପ୍ରଭୃତି କ୍ଷେତ୍ରରେ ସାଧାରଣ ସମସ୍ୟା ଲାଗିରହିବ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିପାରନ୍ତି ଏବଂ ପରିବହନରେ ସ୍ଥିତି ମାନ୍ଦା ହେବନାହିଁ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀଟିର ମନୋଭାବ ବଦଳିଯାଇପାରେ । |
![]() | ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତରେ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅନୂକୂଳ ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ବ ହାତକୁ ନେବାକୁ ପଡ଼ିପାରେ। ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ଭଲ କଥା କହିଲେ ମଧ୍ଯ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। |
![]() | କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଉତ୍ତରଦାୟୀ ହେବାକୁ ପଡ଼ିପାରେ। ପ୍ରତିବନ୍ଧକ ଜନିତ ବାଣିଜ୍ୟ, ବ୍ୟବସାୟ, ପରିବହନ, ସାମାନ୍ୟ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ଆଶା ପୂରଣ ହେବାରେ ଜଣେ ସହକର୍ମୀ ସାହାଯ୍ୟ କରିବେ । ଅଭାବ, ଅଶାନ୍ତି ମଧ୍ଯରେ ସମୟ କାଟିବାକୁ ବାଧ୍ଯ ହୋଇପାରନ୍ତି। |
![]() | ଆପଣଙ୍କ ଧୈର୍ଯ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ। ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଅସାବଧାନତା କାରଣରୁ ଧନହାନି ଘଟିପାରେ | ବୟସ୍କଙ୍କ ବାରଣ ନ ମାନିଲେ ସମସ୍ୟାର ସମ୍ମୁଖୀନ ହେବେ। |
![]() | ପ୍ରଚଣ୍ଡ ଖରା କାରଣରୁ ଶାରୀରିକ ସୁସ୍ଥତା ବ୍ୟାହତ ହୋଇପାରେ । ଶିକ୍ଷା, ଲେଖାପଢ଼ା ତଥା ସନ୍ତାନଙ୍କ କ୍ଷେତ୍ରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ବନ୍ଧୁଙ୍କ ମନରେ ବିଶ୍ବାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ବାଣିଜ୍ୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । |
![]() | କାର୍ଯ୍ୟବ୍ୟସ୍ତତା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଆପଣଙ୍କ ସୁବିଧା ଓ ଅସୁବିଧାର ସମୀକ୍ଷା କରି ଘରଲୋକ ବ୍ୟସ୍ତବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ସମସ୍ୟା ସମାଧାନରେ ସହାୟକ ହେବ। ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । |
![]() | କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ହେତୁ ମାନସିକ ସ୍ଥିରତା କ୍ଷୁର୍ଣ୍ଣ ହୋଇପାରେ |ଅଭାବ ନଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ରହେବା ଆଶଙ୍କା ରହିଛି |ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ଯ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ। ବ୍ୟବସାୟିକ ଦିଗଟି ଗତାନୁଗତିକ ରୀତିରେ ଗଡ଼ିଚାଲିବ। |
![]() | କର୍ମକ୍ଷେତ୍ରରେ ହେଉ କିମ୍ବା ନିଜ ପରିସରରେ କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ। ଆଗାମୀ ଦିନର ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଆଜି ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ ସକାଶେ ରଣସୂତ୍ରରେ ଅର୍ଥଲାଭ କରିପାରନ୍ତି। ଜମିଜମା, ମାଲି ମକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। |
![]() | ମାନସିକ ଦ୍ବନ୍ଦ୍ବ ଲାଗି ରହିବା କାରଣରୁ ପ୍ରତ୍ଯେକ କ୍ଷେତ୍ରରେ କ’ଣ କରିବେ କିମ୍ବା କ’ଣ ନ କରିବେ ସ୍ଥିର କରିପାରିବେ ନାହିଁ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ବ ହାତକୁ ନେଇପାରନ୍ତି। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ନିୟୋଜିତ କରି ଖୁସି ରହିବାର ସୁଯୋଗ ପାଇବେ। ମାଲିମକଦ୍ଦମାରେ ସଫଳତା ହାସଲର ସୌଭାଗ୍ୟ ଅର୍ଜନ କରିପାରନ୍ତି। |
![]() | ସମସ୍ୟା ସଙ୍ଗରେ ଲଢ଼େଇ କରି ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ଯ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହେବ । ବନ୍ଧୁଙ୍କ ପରୋକ୍ଷ ଶତୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ । |
![]() | ସାମାନ୍ୟ ବ୍ୟତିକ୍ରମ ମଧ୍ଯରେ ଦିନଟି ଏକପ୍ରକାର ଭଲରେ ଭଲରେ ଅତିବାହିତ ହେବ। ସହକର୍ମୀ ମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟାଗୁଡ଼ିକ ଆପଣାଛାଏଁ ସୁଧୁରି ଯିବ। ନିକଟ ସମ୍ପର୍କୀୟମାନଙ୍କଠାରୁ ପରାମର୍ଶ ନେବା ଭଲ ହେବ, ଯାହାକି ଆପଣଙ୍କ କାମରେ ଆସିପାରେ। ଆଜିର ପାରିଶ୍ରମିକ ମନ ଲାଖି ନହେବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ । |