 | ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ ଚିନ୍ତିତ ହେବେ। ଯାତ୍ର ସମୟରେ ସତର୍କ ନ ରହିଲେ ଅସୁବିଧା ଭୋଗିବେ । |
 | ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। କାଶ ଓ କଫଜନିତ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମୋଟାମୋଟି ଦିନଟି ଭଲ। |
 | କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ । ଧାର କରଜ କରି ମଧ୍ଯ ଆବଶ୍ୟକତାକୁ ଚଳାଇ ପାରିବେ ନାହିଁ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପୁରୁଣା ରୋଗ ପୁଣି ଯନ୍ତ୍ରଣା ଦେଇପାରେ । ହଠାତ୍ ଖୁସି ଖବର ପାଇବେ । |
 | ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ ଏବଂ ଘର ସାଜସନ୍ଜାରେ ବ୍ୟସ୍ତ ରହିପାରନ୍ତି ବନ୍ଧୁଙ୍କ ପ୍ରହେଳିକା ପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । |
 | କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ! ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ବ୍ୟବସାୟୀମାନେ ଲାଭବାନ୍ ହେବେ । |
 | ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋଭାବ ପୋଷଣ କରିବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ଗାଡ଼ିମୋଟର ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି। ସନ୍ତାନହେତୁକ ଚିନ୍ତା ଟଳିବ । |
 | ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍ଠିକ୍ ହୋଇଯିବ। କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି।କର୍ମକ୍ଷେତ୍ରରେ ସମ୍ମାନ ଓ ମର୍ଯ୍ୟାଦା ବଢ଼ିବ। ଯାନ୍ତ୍ରିକ ତୁଟି ଯୋଗୁ ଯାତ୍ରା ବିଳମ୍ବ ହେବ। |
 | ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ। ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଧାର୍ଯ୍ୟ ସମୟରେ ଶେଷ କରିପାରିବେ ନାହିଁ। ପରିବହନ ଓ ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। |
 | ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ବନ୍ଦ୍ବ ଦୂର ହେବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତା ଉଦ୍ରେକ ହୋଇପାରେ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ହଠାତ୍ ଆଗମନ । |
 | ଗଠନମୂଳକ ପ୍ରସ୍ଥାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭ, ଯାନବାହନ,ଲୋକ ସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ସମର୍ଥକମାନଙ୍କୁ ନିଜ ଆଡ଼କୁ ଆଣିପାରିବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବାର ସମ୍ଭାବନା ରହିଛି । |
 | ଗୁରୁତ୍ବପୂର୍ଣ୍ଣ ନିଷ୍ଣତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଦବିବାଦ କ୍ରମେ ଜଟିଳ ହେବ, କିନ୍ତୁ ଆପଣ ସଫଳତା ହାସଲ କରିବେ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । |
 | ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ଵାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ । ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ ବନ୍ଧୁଙ୍କ ପରାମର୍ଶରେ କାର୍ଯ୍ୟ କଲେ ଅବଶ୍ୟ ଉପକୃତ ହେବେ । |
For daily odia rashiphala visit our website daily in the morning. This is compiled from a trusted source.
Comments
comments