![]() | ଆପଣଙ୍କର ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବ ନାହିଁ। ବନ୍ଧୁଙ୍କଠାରୁ ଗୁରୁତ୍ବପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ଯରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ସାମାଜିକ ସ୍ତରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ। |
![]() | ବିଭିନ୍ନ ପ୍ରକାରର ସମସ୍ୟା ମଧ୍ଯରେ ଗତି କଲେ ମଧ୍ଯ କିଛି ଅସୁବିଧା ହେବନି । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । |
![]() | ପାରିବାରିକ କ୍ଷେତ୍ରରେ ଲୁଚି ରହିଥିବା ମନର ଦୁଃଖକୁ ଲୁଚାଇ ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। କର୍ମକ୍ଷେତ୍ରରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଗୁରୁଜନଙ୍କ ସାନ୍ତ୍ଵନା ବାଣୀ ସାମୟିକ ଭାବରେ ମନରେ ଆଶ୍ବସ୍ତି ଭରିପାରେ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ କୃତକାର୍ଯ୍ୟ ମଧ୍ଯ ହେବେ । |
![]() | ଅତୀତ ଦିନରୁ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ଆକସ୍ମିକ ଭାବରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ଵରାନ୍ସିତ କରିବାରେ ସାହାଯ୍ୟ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟା ଗୁଡ଼ିକର ମୁକାବିଲା କରିବାରେ ସମର୍ଥ ହେବୋ ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । |
![]() | ପାରିବାରିକ କ୍ଷେତ୍ରର ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ। ବନ୍ଧୁଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରାଦିରେ ସମସ୍ୟା ସମା ଧାନ ହୋଇଯିବ। |
![]() | ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ ।ଈର୍ଷାପରାୟଣ ମନୋଭାବ ନେଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ଜଣେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। |
![]() | ପରିସ୍ଥିତିକୁ ସମ୍ଭାଳିବା ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବନ୍ଧୁଙ୍କ ନିକଟରୁ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ। ଅନ୍ୟ ଦ୍ବାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗର ଅନୁସରଣ କରିବେ। ଭୁଲ୍ ଖବର ପାଇ ˆ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। |
![]() | ଅତୀତର କୌଣସି ଘଟଣା ସ୍ଵାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେବ। ଅନ୍ୟମନସ୍କୃତା କାରଣରୁ କେତେକ ଭୁଲ୍ କରିବା ଦ୍ବାରା ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। |
![]() | ଆପୋସ ଆଲୋଚନା ଦ୍ବାରା ସମସ୍ୟାର ସରଳ ସମାଧାନ ହୋଇଯିବ |ସ୍ଵାସ୍ଥ୍ୟ ହି ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ଅଫିସିଆଲି କାମରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ସାମୟିକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । |
![]() | ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହୋଇପାରେ । କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ, ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। |
![]() | କର୍ମକ୍ଷେତ୍ରରେ ନିଜ ଉପରେ ନ୍ୟସ୍ତ ଥିବା କାର୍ଯ୍ୟକୁ ଏକାଗ୍ରତା ସହ ତୁଲାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ଯରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବନ୍ଧୁମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ସାମୟିକ ସ୍ଵାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିପାରେ । |
![]() | ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଏବଂ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଅସମଥିତ ଶୁଣାକଥାକୁ ବିଶ୍ବାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଶତ୍ରୁତା କରୁଥ୍ବା ବ୍ୟକ୍ତିମାନଙ୍କ ନିକଟରୁ ଦୂରେଇ ରହିବା ଭଲ ହେବ । |