![]() | କେତେକ ସାମାନ୍ୟ ଭୁଲ୍ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ସ୍ଵଚ୍ଛଳତା ସତ୍ତ୍ବେ ଆତ୍ମୀୟଙ୍କ ବିରୋଧରୁ ମାନସିକ ଶାନ୍ତି ବ୍ୟାହତ ହେବ। ପଡ଼ୋଶୀ କେହି ପ୍ରତିବାଦର ସ୍ଵର ଉତ୍ତୋଳନ କରିପାରନ୍ତି। ପିଲାଙ୍କ ଆଚରଣରେ ପରିବର୍ଭନ କାରଣରୁ ସମସ୍ୟା ବୁଦ୍ଧି ପାଇପାରେ। ପାରିବାରିକ ସମସ୍ୟାକୁ ସରଳଭାବେ ସମାଧାନ କରିବେ। |
ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁରେ ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବେ। ବନ୍ଧୁଙ୍କ କଥାରେ ପ୍ରଭାବିତ: ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ଦୀର୍ଘଦିନର ଆଶା ମଉଳି ଯିବ, କିନ୍ତୁ ଆର୍ଥିକ ଦିଗରୁ ଦିନଟି ପ୍ରାୟତଃ ଭଲ ରହିବ। | |
କର୍ମାରମ୍ଭରେ ପ୍ରଥମେ ସମସ୍ୟା ସମାଧାନର ସମ୍ମୁଖୀନ ହେବେ। ସହକର୍ମୀଙ୍କ ସାହାଯ୍ୟରୁ ଗୁରୁତ୍ବପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ସହକର୍ମୀମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। | |
କର୍ମ କ୍ଷେତ୍ରରେ ଗୁରୁଦାୟିତ୍ବ ବହନ କରି ବ୍ୟସ୍ତ ହୋଇପାରନ୍ତି ବନ୍ଧୁଙ୍କ ପ୍ରହେଳିକା ପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡି ପାରନ୍ତି । ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବନ୍ଧୁଙ୍କ ପରାମର୍ଶରେ ବ୍ୟବସାୟକୁ ସଙ୍କୁଚିତ କରି ନେଇ ପାରନ୍ତି । | |
ଆଜି ସକାଳୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ ମାତ୍ର ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। | |
ବନ୍ଧୁଙ୍କ ସମ୍ବନ୍ଧରେ ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ˆ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ଭାବପ୍ରବଣ ବଶତଃ ବନ୍ଧୁଙ୍କ ସହ ଓଲଟା କଥା ବାର୍ଭାକରି ଅପଦସ୍ତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି | | |
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ଠିକ୍ ହୋଇଯିବ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଶ୍ରୁତିରୋଧକ ମନ୍ତବ୍ୟ ଦେଇପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । – ଜିଦ୍ଖୋର ସ୍ବଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। | |
ଆଜିର କର୍ମକ୍ଷେତ୍ରରେ ଆଲୋଚନା ଦ୍ବାରା ସମସ୍ୟାର ସରଳ ସମାଧାନ ହୋଇଯିବ। ବନ୍ଧୁମାନଙ୍କ ଜରିଆରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ। ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ, ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ବହୁତ ଭଲ। | |
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁକ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ । କଠିନା ପରିଶ୍ରମଜନିତ ସାମାନ୍ୟ ଶାରୀରିକ କଷ୍ଟ ଅନୁଭବ କରିବେ । | |
ଆଜି କାମ ଆରମ୍ଭ ପୂର୍ବରୁ ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ବନ୍ଧୁଙ୍କ ବ୍ୟବହାରରେ ପରିବର୍ଭନ ପରିଲକ୍ଷିତ ହେବାରୁ ଚିନ୍ତାକୂଳ ହୋଇପାରନ୍ତି। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ | | |
ଗୁରୁତ୍ବପୂର୍ଣ୍ଣ ଆଲୋଚନା କରନ୍ତା ଜଣାଶୁଣା ବ୍ୟକ୍ତି ବିଶେଷଙ୍କ ଦ୍ବାରା ଉପକୃତ ହେବେ କିନ୍ତୁ ଭାବୁଥିବା କଥାଟିକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। | |
ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକୁ ଅସ୍ଵାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନକ ଦୁଃଖ ଅନୁଭବ କରିବେ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଶୁଣାକଥାକୁ ବିଶ୍ବାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । |
Odia Calendar 2023
Comments
comments