OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Thursday 16th Febuary 2023

Odia Rashiphala

Odia Rashiphala

ରାହୁଙ୍କ ଯୋଗୁ ସାଧାରଣ କଥାରେ ବେଶି ବିବ୍ରତ ହେବା ନିଜ ପାଇଁ କ୍ଷତିର କାରଣ ପାଲଟିଯିବ ।ସାମାଜିକସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କ ସହ ଭଲ ସମ୍ପର୍କ ରହି ନ ପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ ।
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ। କୌଣସି ବନ୍ଧୁଙ୍କ ଦ୍ବାରା ପ୍ରତାରିତା ହୋଇପାରନ୍ତି ଯଦ୍ଦ୍ବାରା କର୍ମହାନି ଘଟିପାରେ । ସାମାଜିକ ସ୍ତରରେ ଅସଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବ୍ୟବସାୟରେ ପ୍ରତିଦ୍ବନ୍ଦିତା ବଢ଼ିପାରେ କିନ୍ତୁ ବିଶେଷ ଅସୁବିଧା ହେବନାହିଁ।
ପ୍ରତ୍ୟେକ କାମରେ କିଛିନା କିଛି ବ୍ୟତିକ୍ରମ ଲାଗି ରହିବ। ଅଭାବ ନ ଥିଲେ ମଧ୍ଯ ସମସ୍ୟାଜନିତ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ନିଜର ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
ପରିବାରର ଖର୍ଚ୍ଚ ବୃଦ୍ଧି ପାଇଲେ ମଧ୍ଯ ଆବଶ୍ୟକତା ଅପୂରଣ ରହିବନାହିଁ। କୌଣସି ଦର୍ଶନୀୟ ସ୍ଥାନ ଏ ପରିଦର୍ଶନଜନିତ ବନ୍ଧୁଙ୍କ ଅନୁରୋଧରେ ଦୂରଯାତ୍ରା କରିବାକୁ ପଡ଼ିପାରେ । କଚେରି ମାମଲା କିମ୍ବା ଜମିଜମା କ୍ଷେତ୍ରରେ ମାନସିକ ଅବସାଦ କାରଣରୁ କୌଣସି କାମ ଉତ୍ସାହପ୍ରଦ ରହି ନ ପାରେ। ସ୍ବାସ୍ଥ୍ୟ ଓ କର୍ମକ୍ଷେତ୍ର ଭଲ ରହିବ।
ତରବରିଆ ହେତୁ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ। ଉପରିସ୍ଥଙ୍କ ଶୁଭ ଭାବନାରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।ମୂଲ୍ୟହୀନ କଥାରେ ମୁଣ୍ଡ ପୂରାଇ ଶତ୍ରୁତାକୁ ନିମନ୍ତ୍ରଣ କରିପାରନ୍ତି ।
ପରିବାରର ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ | |
ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟର ଗତି ମନ୍ଥର ହେବ। ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ଵସ୍ତି
ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ସାମୟିକ ମନକୁ ଭାରାକ୍ରାନ୍ତ କରିପାରେ ।
ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟର ଗତି ମନ୍ଥର ହେବ। ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ଵସ୍ତି
ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ସାମୟିକ ମନକୁ ଭାରାକ୍ରାନ୍ତ କରିପାରେ ।
ନିଜ ଲୋକମାନେ ଇର୍ଷାପରାୟଣ ହୋଇ ବିଶ୍ବାସଘାତକତା କରିପାରନ୍ତି। ଅନ୍ୟର କଥାକୁ ସତ ମନେକରି ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ଵାକ୍ଷରିତ ହୋଇପାରେ । ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ ।
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କୌଣସି ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଗୃହସୀମା, ନିର୍ମାଣ, ଜମିଜମା, ଶିଳ୍ପ, ବାଣିଜ୍ୟାଦିରେ ସମସ୍ୟାମୁକ୍ତ ରହିବେ।
ସମସ୍ୟା ଭିତରେ ଚଳୁଥିବାରୁ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହୋଇପାରେ । ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ ।
ଆର୍ଥିକ ଅନଟନଜନିତ ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ନିଶ୍ଚିତ ଉପକୃତ ହେବେ | ଅଂଶୀଦାର ବ୍ୟବସାୟୀଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ । ଅଳଙ୍କାର,ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2022

Comments

comments