OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Thursday 23th Febuary 2023

Odia Rashiphala

Odia Rashiphala

ଆଜି କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା
କରୁଥିବା ଦିଗରୁ ଅର୍ଥ ପାଇବେ। ବହୁତ ଦିନରୁ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଆଗମନ ।
ପରୋକ୍ଷ ଶତ୍ରୁତା କାରଣରୁ ସମ୍ପର୍କୀୟାଙ୍କ ଦ୍ବାରା ଅପଯଶ ପାଇପାରନ୍ତି। ରୋହିଣୀ ମାନସିକ ଅସ୍ଥିରତା ରହିଥିଲେ ମଧ୍ଯ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ।।
ଆଦ୍ରା ନକ୍ଷତ୍ରର ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । କଳା,ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ସମ୍ଭାବନା ।
କର୍ମକ୍ଷେତ୍ରର ସଙ୍କଟଜନକ ସ୍ଥିତିରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ | ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ | ପୁଷ୍ୟା ନକ୍ଷତ୍ର ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ।
ବନ୍ଧୁଙ୍କ ଫେରିବା ବାଟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ରର ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ । ପରିବାରର ଆବଶ୍ୟକ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆସିବାର ସମ୍ଭାବନା ରହିଛି।
ଦୀର୍ଘ ଦିନ ହେଲା ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସଭା ସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ସନ୍ତାନହେତୁକ ଚିନ୍ତା ଟଳିବ।
ମନ ଛଟପଟ ହେଉଥିଲେ ମଧ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ। ସ୍ବାତୀ ନକ୍ଷତ୍ର ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିର୍ମାଣ କାର୍ଯ୍ୟରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ ।
ସାମାନ୍ୟ ଧୈର୍ଯ୍ୟ ଧରିଲେ ସମସ୍ୟାର ସରଳ ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ଯା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ବିଶାଖା ନକ୍ଷତ୍ର ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପରି ନେବେ। ସାମ୍ବାଦିକତା, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ ।
ଚିନ୍ତା ନ କରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଆତିଥ୍ୟ ଗ୍ରହଣ ପୂର୍ବକ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ଶ୍ରବଣା ନକ୍ଷତ୍ର ଶିଳ୍ପ ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍‌ ହେବେ ।
ଗତକାଲିର ଘଟଣାବଳୀ ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପୂର୍ବଭାଦ୍ରବ ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ ।
କେତେକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଆଜି ଘର କାମ ଛାଡ଼ି ବାହାର କାମରେ ବେଶି ଗୁରୁପାକ ଦ୍ରବ୍ୟ ଭୋଜନ ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
For daily odia rashiphala visit our website daily in the morning. This is compiled from a trusted source.

Odia Calender 2023

Comments

comments