OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Tuesday 10th October 2023

Odia Rashiphala

Odia Rashiphala

ଆଜି ପାରିବାରିକ, ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ ।
ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା କଳହ ଲାଗିପାରେ। ଶିଳ୍ପ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମ ଶେଷ କରିପାରିବେ। ପରିବାର ଭିତରେ ସମସ୍ୟା ଭିତରେ ଗତିକଲେ ମଧ୍ଯ ନିଜକୁ ନିୟନ୍ତ୍ରଣ ମଧ୍ଯରେ ରଖିବାପାଇଁ ସମର୍ଥ ହେବେ।
ପାରିବାରିକ ସମସ୍ୟା ଥିଲେ ମଧ୍ଯ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ଗୋଳମାଳିଆ ପରିସ୍ଥିତିରେ ମଧ୍ଯସ୍ଥତା କରିଥୁବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ । ବ୍ୟବସାୟରେ ସମସ୍ୟା ବଢ଼ି ବଡ଼ ଆକାର ଧାରଣ କରିବା ସମ୍ଭାବନା ରହିଛି। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।
`ପରୋକ୍ଷ ଶତ୍ରୁତା କାରଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବିନୟ ବଚନ ପ୍ରଭାବରୁ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ଅପିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି ।
କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷାକରି ସହ ବ୍ୟସ୍ତତା ଅନୁଭବ କରିବେ। କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ। ରୋଗ, ରଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ।
ଆଜି ଧର୍ମଚର୍ଚ୍ଚା କଳା, ସାହିତ୍ୟ ଓ ସଭାସମିତିରେ ପ୍ରଶଂସିତ ହେବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାରକରିବେ। ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭକରି ଆଜିର ସନ୍ଧ୍ୟା ସମୟଟି ପ୍ରାୟତଃ ଭଲ ରହିବ। ଅଫିସରୁ ଆସିବା ବେଳକୁ ନିଜ ମନପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ ।
ପରିବାରରେ ସୁଖଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନ୍ନ କଲେ ବିଫଳ ହେବନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ରଚନାତ୍ମକ କାମରେ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ।
କଥାରେ ରୁକ୍ଷତା ହେତୁ ଅନ୍ୟମାନଙ୍କ ସହ ସୁସମ୍ପର୍କ ହ୍ରାସ ପାଇବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିନ୍ଥି ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ, ସଭାର ପ୍ରଶଂସିତ ହେବେ। ତର୍କ ଓ ବିବାଦରେ, ଆଇନ ଅଦାଲତରେ ସ୍ଥଗିତ କାମକୁ ପୂରା କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଣ୍ବାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ଆପଣ ଯେତେ ଚେଷ୍ଟାକଲେ ମଧ୍ଯ ସବୁ କାମ ବିଳମ୍ବିତ ସମୟରେ ହିଁ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିରକରି ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ ।
ବନ୍ଧୁଙ୍କ ସାହାଯ୍ୟରୁ ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଆନୁଷ୍ପାନିକ କାର୍ଯ୍ୟ, କଚେରି ମାମଲାରେ, ଜମିଜମା ବିବାଦରେ ଉପକୃତ ହେବେ ।
ବିଭିନ୍ନ ସମସ୍ୟା ସାମ୍ରର କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ସହକର୍ମୀଙ୍କ ସହାନୁଭୁତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବନାହିଁ। ପାରସ୍ପରିକ ଭୁଲ୍‌ ବ୍ରୁଝମଣାରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ଦୋକାନ, ନିର୍ମଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ଵସ୍ତି ଲାଭ କରିବେ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments