 | ପାପ ମଧ୍ଯସ୍ଥ ଚନ୍ଦ୍ରଜନିତ ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ଅବଶ୍ୟ ଅଟକି ରହିଥିବା କାମଗୁଡ଼ିକୁ ପୁରା ଦମ୍ରେ କରିବାପାଇଁ ନିଷ୍ପତ୍ତି ନେବେ। ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ। |
 | ତୃତୀୟସ୍ଥ ଶୁକ୍ର ହେତୁ ନିଜ ସମ୍ପର୍କୀୟମାନଙ୍କ ଅସହଯୋଗରୁ କେତେକ ନୂତନ ସମସ୍ୟା ସୃଷ୍ଟି ହେବ। ଆଦୌ ଭଲ ସମ୍ପର୍କ ନ ଥିବା ଲୋକମାନଙ୍କ ଶୁଣାକଥାକୁ ବିଶ୍ଵାସକଲେ ଅସୁବିଧାରେ ପଡ଼ିବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ। ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। |
 | କିଛି ସାହାଯ୍ୟ ଓ ସହାନୁଭୁତି ମାଧ୍ଯମରେ ଅନ୍ୟ ମାନଙ୍କୁ ନିଜ ସପକ୍ଷରେ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝାମେଲା ଅଧିକ ବଢ଼ିଯାଇପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । |
 | ବୁଧାଦିତ୍ୟ ଯୋଗଜନିତ ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ। ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କଳା, ସାହିତ୍ୟରେ ଉନ୍ନତି କରିବେ। ପରିବହନ, ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ । |
 | ପାରିବାରିକ ଖର୍ଚ୍ଚ ବିଶେଷ ବୃଦ୍ଧି ପାଇବା ହେତୁ ଚିନ୍ତିତ ରହିବେ। କର୍ମକ୍ଷେତ୍ର ଭଲ ରହିଲେ ମଧ୍ଯ ପିଲାମାନଙ୍କ ସକାଶେ ମନ ଅସ୍ଥିର ରହିବ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ଯ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍ ରହିବ। |
 | ରାଶିରେ ଚନ୍ଦ୍ର ଥିବାରୁ ଯେତେ ସମସ୍ୟା ଆସିଲେ ମଧ୍ଯ ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ବିରକ୍ତ ହେବେ। ଉପରିସ୍ଥଙ୍କଆଲୋଚନା ବିଷୟରେ କୌଣସି ଖବର ପାଇ ବିସ୍ମିତ ହେବେ। ଅର୍ଥନୈତିକ, ପାରିବାରିକ କ୍ଷେତ୍ର ଭଲ ରହିବ। |
 | ଥଣ୍ଡା ମିଜାଜରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିପାରନ୍ତି। |
 | ଯେତେ ସତର୍କରେ ଚଳିଲେ ମଧ କିଛିନା କିଛି ସମସ୍ୟା ମନକୁ ଅସ୍ଥିର କରିବ। ଭୁଲ୍ ବୁଝମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ବନ୍ଧୁଙ୍କ ସହ ବିତର୍କ ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ବ ନେଇ ପ୍ରଶଂସିତ ହୋଇପାରନ୍ତି। |
 | ନିଜ ଲୋକଙ୍କ ଉପରେ ଲଘୁ କ୍ରୋଧ ଓ ଅଭିମାନ କରି ପରିବେଶକୁ ସରଗରମ କରିପାରନ୍ତି। କୌଣସି ଅଭାବ ନ ଥିଲେ ମଧ୍ଯ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଭାରାକ୍ରାନ୍ତ କରି ରଖିବ। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯତ୍ନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। |
 | ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଅପୂରଣୀୟ କାମନାକୁ କର୍ମକ୍ଷମ କରାଇବାରେ ସହାୟ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ବନ୍ଦ ଦୂରହେବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ। |
 | ଆଜି କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ପଡ଼ା, ପଡ଼ୋଶୀଙ୍କ ସହା ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ। |
 | ଆଜିର ସପ୍ତମ ଚନ୍ଦ୍ର ଆପଣଙ୍କୁ ଅର୍ଥଲାଭ ସାଙ୍ଗକୁ ବାକ୍ ବିଳାସ ପ୍ରଦାନକରି ଆଫ୍ୟାୟିତ କରିବ। ତଥାପି ମାନସିକ ଅସ୍ଥିରତାବଶତଃ ଅପରାହ୍ନରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ଵାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ଵସ୍ଥି ଅନୁଭବ କରିବେ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଚିର କାମଗୁଡ଼ିକ ଠିକ୍ ଠିକ୍ ହୋଇଯିବ। |