![]() | ଆଜି ପାରିବାରିକ ଓ କର୍ମକ୍ଷେତ୍ର ପାରିପାର୍ଶ୍ଵକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିପାରନ୍ତି। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। |
ସ୍ବାସ୍ଥ୍ୟହାନି ସମ୍ପର୍କିତ ସମସ୍ୟା ଓ ପିଲାମାନଙ୍କ ବିବାହ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ଯ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। | |
ଭାବୁଥିବେ ଗୋଟିଏ କଥା, କଲାବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ଯହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। କିନ୍ତୁ ଆପଣ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। | |
ଆଜି ଦ୍ବନ୍ଦ୍ବରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍ ଭାବେ ବୁଝିପାରିବେନି । ଆକସ୍ମିକ ଭାବେ ଆଶା କରୁଥିବା ଶୁଭଖବର ଶୁଣି ଖୁସିହେବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ । | |
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ଯ ଉପସ୍ଥିତ ବୁଦ୍ଧି ଏ ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ବାରା ସହଯୋଗ ପାଇବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ। ବ୍ୟବସାୟ ଓ ପରିବହନରେ ହଠାତ୍ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । | |
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିବାକୁ ଇଚ୍ଛା କରିବେ। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡ଼ି ଭୁଲ୍ମାର୍ଗ ଅନୁସରଣ କରି ଅନୂତାପ କରିବାକୁ ପଡ଼ିପାରେ । | |
ଆଜି ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇଯିବେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ । ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ବାରା ସମସ୍ୟାର ସରଳ ସମାଧାନ ହୋଇଯିବ । ୍ | |
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ବିଷୟରେ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କିନ୍ତୁ କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ମନରେ ବିଶ୍ବାସ ଜନ୍ମାଇ କାମ ହାସଲ କରିପାରିବେ ନାହିଁ। | |
ଆଜି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ କଳହ ଦେଖାଦେଇପାରେ। ରାଜନୀତିରେ ନେତୃତ୍ବ ନେଇ ପ୍ରଶଂସିତ ହେବେ ଏବଂ ମାଲିମକଦ୍ଦମାରେ ଆପୋଷ ସମାଧାନ ଘଟିବ। ଖଳଲୋକଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। | |
ଆଜି ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ଯହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ କାରଣ ନ ଥାଇ ମଧ୍ଯ ଦୋଷୀ ସାବସ୍ତ୍ୟ ହୋଇପାରନ୍ତି | | |
ଆଜି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ କିନ୍ତୁ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବନାହିଁ। | |
ପାଖପଡ଼ୋଶୀଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହେବେ। ନିଜ ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ହଠାତ୍ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। କେତେକ କ୍ଷେତ୍ରରେ ଜିଦ୍ଖୋର ମନୋବୃତ୍ତି ଯୋଗୁ ହଇରାଣ ହୋଇପାରନ୍ତି । |
Odia Calendar 2023
Comments
comments