 | ଧନଭାବସ୍ଥ ଚନ୍ଦ୍ର ହେତୁ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ଵପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୁବିବାଦ ଦେଖାଦେଇପାରେ । କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦୃନ୍ଦ ସୃଷ୍ଟିର ସମ୍ଭାବନା । ଯେଉଁଥପାଇଁ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ। |
 | କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ। ଶନିଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ଣୃତା ସୃଷ୍ଟି ହୋଇପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ଯ ମନଟା ଭଲ ଲାଗିବ ନାହିଁ। ପରିବହନ,ପ୍ରଶାସନ ଓ ପ୍ରକାଶନ, ଆନୁଷ୍ଠାନିକ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ଯରେ ସମ୍ପନ୍ନ ହେବ । |
 | ବହୁ ଦିନରୁ ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ରବିଙ୍କ ଦୁର୍ବଳତାରୁ ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବନ୍ଧୁଙ୍କ ସାହାଯ୍ୟରୁ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ଯ ଚର୍ଚ୍ଚା ସଙ୍ଗୀତ ଆସରରେ ଯୋଗଦେବାର ସୁଯୋଗ ପାଇବେ। |
 | ଆଜି ପରିବାର ଭିତରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ସ୍ଥିତିରେ କାମ କରିବେ। ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ। ବୁଧଙ୍କ ପ୍ରଭାବରେ ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ। କର୍ମକ୍ଷେତ୍ରରେ ବନ୍ଧୁ ସୁବିଧାବାଦୀ ଗୁଣରେ ଶୋଷଣ କରିପାରନ୍ତି । |
 | ଅଭାବନୀୟ ପରିସ୍ଥିତି ସାଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ। ଅଫିସ୍ରେ କିମ୍ବା କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଏ ଯିବେ। ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନ୍ସନ ଦୂରହେବ। ଶନିଙ୍କ କାରଣରୁ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ସମସ୍ୟା ସୃଷ୍ଟିକରିପାରନ୍ତି। |
 | ଆଜି ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ଅଷ୍ଟମସ୍ଥ ଗ୍ରହ ହେତୁ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ନ ହୋଇପାରେ। ଆତ୍ମୀୟମାନଙ୍କ ମଧ୍ଯ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି । |
 | ଯାହା ଆଜି ପର୍ଯ୍ୟନ୍ତ ଖୋଜି ଖୋଜି ପାଉ ନ ଥିଲେ ଆଜି ତାହା ଆକସ୍ମିକ ଭାବରେ ପାଇବେ। ବୃହସ୍ପତିଙ୍କ ପ୍ରଭାବରେ ଶତ୍ରୂତା କରୁଥିବା ଲୋକଠାରୁ ମଧ୍ଯ କାମ ହାସଲ କରିନେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୁଦ୍ଧି ହୋଇପାରେ । ଆଲୋଚନା କ୍ଷେତ୍ରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । |
 | ଆଜିର ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲରେ କୌଣସି ଅସୁବିଧା ହେବ ନାହିଁ। ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ମଙ୍ଗଳଜନିତ ପରୋକ୍ଷ ଭାବେ ଶତ୍ରୁମାନେ ସମସ୍ୟା .ସୃଷ୍ଟି କରିବା ସକାଶେ ଯୋଜନା କରିବେ । ପରିବହନ କ୍ଷେତ୍ରରେ ଲାଭ କମ୍ ମିଳିଲେ ମଧ୍ଯ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇରହିବ। |
 | ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡ଼ା ଓ ମନୋରଞ୍ଜନରେ ମଜି ରହିବେ। ଶନିଙ୍କ ଶୁଭତ୍ଵ କାରଣରୁ ଏକ ଆଧ୍ଯାମ୍ଭିକ ପରିବେଶରେ ସତ୍ସଙ୍ଗୀଙ୍କ ସାନିଧ୍ଯରେ ସମୟ କଟିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ: ଲାଭ କରିବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି। ଯାନ୍ତ୍ରିକ ତୁଟି ଅସୁବିଧାରେ ପକାଇପାରେ । |
 | ପାରିବାରିକ ସ୍ତରରେ ଭୁଲ୍ ବୁଖମଣା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ରାଜଯୋଗ କାରଣରୁ ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ଅସନ୍ତୋଷ ପ୍ରକାଶକରି ଦୁଃଖ ପ୍ରକାଶ କରିପାରନ୍ତି। । |
 | ଆଜି ଆପଣ ଏକାଧାରରେ ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଉଲ୍ଲସିତ ହେବେ। ପାପଗ୍ରସ୍ତ ଗୁରୁ ଯୋଗୁ କେତେକ କ୍ଷେତ୍ରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପରିବହନ, ଯାନ୍ତିକ୍ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଉପକୃତ ହେବେ। |
 | କିଛି ଅସୁବିଧା ନ ଥିଲେ ମଧ୍ଯ ଅନ୍ୟମାନଙ୍କ ଅସୁବିଧାକୁ ନେଇ ମନ ଉଦ୍ବେଗ ଗହିବ। ବିଭିନ୍ନ ଯୋଜନା କରି ପରିସ୍ଥିତିକୁ ସୁଧାରିନେବାର ପ୍ରଯତ୍ନକରି ପାରନ୍ତି। ବୃହସ୍ପତିଙ୍କ ଦୋଷରୁ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ବନ୍ଦ୍ବରରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପରିସ୍ଥିତିକୁ ଜଟିଳ ମନେକରୁଥିବେ, ବାସ୍ତବରେ ସେପରି ହେବନାହିଁ। |