OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Wednesday 20th September 2023

Odia Rashiphala

Odia Rashiphala

ଚିନ୍ତାଧାରା ବିକ୍ଷିପ୍ତ ରହିବା କାରଣରୁ କୌଣସି କାମ ` ଶୃଙ୍ଖଳିତ ହୋଇପାରିବନାହିଁ। ପିଲାମାନଙ୍କ ସ୍ବାସ୍ଥ୍ୟହାନି ଏବଂ ଶିକ୍ଷା ସମ୍ପର୍କିତ ସମସ୍ୟା ମାନସିକ ସ୍ଥିତିକୁ ବିଷାଦିତ କରି ରଖିବ। ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ନିଜ ପରିସରରେ ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବନାହିଁ ।
ସମୟ ଓ ପରିସ୍ଥିତିବଶତଃ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ସ୍ଥିତି ଲାଗି ରହିବ। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବେ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବ୍ୟସ୍ତତା ମଧ୍ଯ ବଢ଼ିଯିବ। ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।
ସମସ୍ତ ସୁବିଧା ଥିଲେ ମଧ୍ଯ ନିର୍ଦ୍ଦିଷ୍ଟ ସମୟରେ କାମ ନ ହେବା କାରଣରୁ ବ୍ୟସ୍ତ ହେବେ। ରଣ ଭାରରେ ଅତିଷ୍ଠ ହେବା କାରଣରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ହଠାତ୍‌ ଓ କୌଣସି ହୃଦୟବାନ ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିପାରେ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ ।
ପରୋକ୍ଷଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ° ସମାଲୋଚିତ ହେବେ | ଅନ୍ୟମନସ୍କ ରହି ବିଭିନ୍ନ ପ୍ରକାରର ସମସ୍ଯାକୁ ଡାକି ଆଣି ପାରନ୍ତି। ଘରର ` ବରାଦ ଜିନିଷ ଭୁଲ୍‌ ବଶତଃ ଭୁଲିଯିବେ ଓ ପରିବାରରେ ଏଥ୍ଵପାଇଁ ଝଗଡ଼ା ଲାଗିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ ଓ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି।
କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ | ବହୁଙ୍କ ସହ ଆଲୋଚନା, ଖେଳ, ମଉଜ ମଜଲିସ୍‌ରେ ସମୟ କଟାଇପାରନ୍ତି। ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ । ମନୋରଞ୍ଜନ କାର୍ଯ୍ୟକ୍ରମ କିମ୍ବା ସଭାସମିତିରେ ସଫଳତା ହାସଲ କରିବେ ।
ମନରେ ବିଭିନ୍ନ ପ୍ରକାରର ଚିନ୍ତା ଉଙ୍କି ମାରିବ କିନ୍ତୁ କିଛି ଅସୁବିଧା ହେବନି। କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ । ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।
କୌଣସି କାମରେ ବ୍ୟସ୍ତତା ବଢ଼ିଯାଇପାରେ କିନ୍ତୁ କିଛି ଅସୁବିଧା ହେବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି । ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ। ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ ।
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବନ୍ଧୁଙ୍କ ମାଧ୍ଯମରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । କର୍ମ କ୍ଷେତ୍ରରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇପାରନ୍ତି। ପିଲାମାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇପାରନ୍ତି ।
ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହ କଳହରେ ଲିପ୍ତ ରହିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବ। ଆଜିର ଫେରିବା ବାଟରେ ବନ୍ଧୁଙ୍କ ସହ ସାଧାରଣ ବଚସା ହୋଇପାରେ ।
ସନ୍ତାନ-ସନ୍ତତି ଲାଭର ସୂଚନା ମଳିୁ୍ଛି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜିତେନ୍ଦ୍ରିୟ ହୋଇପାରନ୍ତି । ପରାକ୍ରମୀ ହେବେ। ବଖ୍ୟାତ କୀର୍ତ୍ତିସ୍ଥାପନ କରିବେ।
ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ। ଯାତ୍ରା ସମୟରେ ଯାନ୍ତିକ ତ୍ରୁଟି ସମସ୍ୟାକୁ ଦ୍ବିଗୁଣିତ କରିପାରେ। ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଆକସ୍ମିକ ଭାବରେ ଧାରକରଜ କରିବାକୁ ପଡିପାରେ ।
କାର୍ଯ୍ୟହାନି କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। କର୍ମକ୍ଷେତ୍ରରେ ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ସ୍ଵାସ୍ଥ୍ୟ ପ୍ରତି ଅବହେଳା ନ କରି ସାବଧାନତା ଅବଲମ୍ବନ କରନ୍ତୁ । ରାଜନୈତିକ ପୃଷ୍ଠପୋଷକତାରୁ ଶତୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments