![]() | ଆଜି ତୃତୀୟଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଏହା ସଙ୍ଗକୁ ଗୃହ, ଭୂମି, ଗାଡ଼ିମୋଟର, ଧାର କରଜକୁ କେନ୍ଦ୍ରକରି କଳହ ହୋଇପାରୋ |ସ୍ଵାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟା ସମାଧାନ ହେବ। |
ସପ୍ତମସ୍ଥ ରବି ହେତୁ ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍ କର୍ମକ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ପରୋକ୍ଷ ଶତୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ। | |
ଆଜି କେତୁ ଯୁକ୍ତ ଶୁକ୍ରଙ୍କ ଯୋଗୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହେତୁ ମନ ଭଲ ରହିବ ନାହିଁ। ବୈବାହିକ ପ୍ରସ୍ତାବ ଉଦ୍ଦେଶ୍ୟରେ ବନ୍ଧୁ ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କଲେ ଉପକୂତ ହେବେ। ସ୍ଥଗିତ କାମକୁ ପୂରା ଦମ୍ରେ କରିବା ପାଇଁ ନିଷ୍ପତ୍ତି ନେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ ମଧ୍ୟ ସନ୍ତୋଷଜନକ ନ ହୋଇପାରେ । | |
ଆଜି ଯେଉଁ ଆଶା ନେଇ କିଛି କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। | |
ରବିଙ୍କ ଦୁର୍ବଳତା ହେତୁ ଗତକାଲିର ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହିବନାହିଁ| ସକାଳୁ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ। ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ । | |
ଗୁରୁଦୃଷ୍ଟ ବୁଧ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ଉପକୃତ ହେବେ। ଅନ୍ୟମାନଙ୍କ ଦ୍ବାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସାମୟିକ ଶାରୀରିକ ଦୁର୍ବଳତା ଦେଖାଦେଇପାରେ । | |
ଭାଗ୍ୟସ୍ଥାନରେ କର୍ମାଧିପତି ଥିବାରୁ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନର ବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ରେ ଅଟଳ ରହିପାରନ୍ତି କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ସନ୍ତାନଙ୍କ ସ୍ଵାସ୍ଥ୍ୟହାନି କାରଣରୁ ବିଚଳିତ ହେବେ । | |
ଚତୁର୍ଥକେନ୍ଦ୍ରସ୍ଥ ଶନିଙ୍କ ଯୋଗୁ ବନ୍ଧୁଙ୍କ ଅନୁରୋଧରେ ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ। | |
ରାହୁଙ୍କ ସ୍ଥିତି କାରଣରୁ ଆପଣଙ୍କ ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ । ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ଵରାନ୍ବିତ କରିବ। ସକାଳୁ ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । | |
ମଧୁର ବ୍ୟବହାର ଦ୍ବାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ଚତୁର୍ଥକେନ୍ଦ୍ରସ୍ଥ ଗୁରୁଙ୍କ ଯୋଗୁ ପରିବହନ, ବାଣିଜ୍ୟରେ ଉନ୍ନତି ଘଟିବ | ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବାନ୍ତର ସୃଷ୍ଟି ହୋଇପାରେ । | |
ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ଯ କୌଣସି କାମ ଅଟକିବ ନାହିଁ। ଶୁକ୍ର ପାପପ୍ରଭାବଗ୍ରସ୍ଥ ଯୋଗୁଁ ସକାଳୁ ସକାଳୁ ବନ୍ଧୁଙ୍କୁ ଆପଣେଇ ବିଫଳ ହୋଇପାରନ୍ତି । ପରିବାରଚ୍ଛୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ। | |
ଶନି ଦୃଷ୍ଟିରେ ଗୁରୁଙ୍କ ଯୋଗୁ ଆପଣ ଯେତେ ଭଲ କାମ କଲେ ମଧ୍ଯ ଅନ୍ୟମାନେ ଦୋଷ ଖୋଜିପାରନ୍ତି। କାର୍ଯ୍ୟହାସଲ ସକାଶେ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତି, କଳା, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ । |
Odia Calendar 2023
Comments
comments