OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Wednesday 29th November 2023

Odia Rashiphala

Odia Rashiphala

ଆଜି ତୃତୀୟଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଏହା ସଙ୍ଗକୁ ଗୃହ, ଭୂମି, ଗାଡ଼ିମୋଟର, ଧାର କରଜକୁ କେନ୍ଦ୍ରକରି କଳହ ହୋଇପାରୋ |ସ୍ଵାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟା ସମାଧାନ ହେବ।
ସପ୍ତମସ୍ଥ ରବି ହେତୁ ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ କର୍ମକ୍ଷେତ୍ରକୁ ଯିବା ସମୟରେ କୌଣସି ଦରକାରୀ କାଗଜ ପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ପରୋକ୍ଷ ଶତୁତା କାରଣରୁ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ।
ଆଜି କେତୁ ଯୁକ୍ତ ଶୁକ୍ରଙ୍କ ଯୋଗୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହେତୁ ମନ ଭଲ ରହିବ ନାହିଁ। ବୈବାହିକ ପ୍ରସ୍ତାବ ଉଦ୍ଦେଶ୍ୟରେ ବନ୍ଧୁ ସମ୍ପର୍କ ଯୋଡ଼ିବାକୁ ଚେଷ୍ଟା କଲେ ଉପକୂତ ହେବେ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ ମଧ୍ୟ ସନ୍ତୋଷଜନକ ନ ହୋଇପାରେ ।
ଆଜି ଯେଉଁ ଆଶା ନେଇ କିଛି କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ରବିଙ୍କ ଦୁର୍ବଳତା ହେତୁ ଗତକାଲିର ଘଟଣା ବିଷୟରେ ଚିନ୍ତା କରି ମନରେ ସରସତା ରହିବନାହିଁ| ସକାଳୁ କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସୀ ହୋଇଯିବ। ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ ।
ଗୁରୁଦୃଷ୍ଟ ବୁଧ ହେତୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ଉପକୃତ ହେବେ। ଅନ୍ୟମାନଙ୍କ ଦ୍ବାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସାମୟିକ ଶାରୀରିକ ଦୁର୍ବଳତା ଦେଖାଦେଇପାରେ ।
ଭାଗ୍ୟସ୍ଥାନରେ କର୍ମାଧିପତି ଥିବାରୁ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିପାରନ୍ତି କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ସନ୍ତାନଙ୍କ ସ୍ଵାସ୍ଥ୍ୟହାନି କାରଣରୁ ବିଚଳିତ ହେବେ ।
ଚତୁର୍ଥକେନ୍ଦ୍ରସ୍ଥ ଶନିଙ୍କ ଯୋଗୁ ବନ୍ଧୁଙ୍କ ଅନୁରୋଧରେ ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ।
ରାହୁଙ୍କ ସ୍ଥିତି କାରଣରୁ ଆପଣଙ୍କ ଘରର ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହୋଇପାରେ । ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ଵରାନ୍ବିତ କରିବ। ସକାଳୁ ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି ।
ମଧୁର ବ୍ୟବହାର ଦ୍ବାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ଚତୁର୍ଥକେନ୍ଦ୍ରସ୍ଥ ଗୁରୁଙ୍କ ଯୋଗୁ ପରିବହନ, ବାଣିଜ୍ୟରେ ଉନ୍ନତି ଘଟିବ | ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାମଟି ଆଜି କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଭାବାନ୍ତର ସୃଷ୍ଟି ହୋଇପାରେ ।
ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ଯ କୌଣସି କାମ ଅଟକିବ ନାହିଁ। ଶୁକ୍ର ପାପପ୍ରଭାବଗ୍ରସ୍ଥ ଯୋଗୁଁ ସକାଳୁ ସକାଳୁ ବନ୍ଧୁଙ୍କୁ ଆପଣେଇ ବିଫଳ ହୋଇପାରନ୍ତି । ପରିବାରଚ୍ଛୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ ରହିବ।
ଶନି ଦୃଷ୍ଟିରେ ଗୁରୁଙ୍କ ଯୋଗୁ ଆପଣ ଯେତେ ଭଲ କାମ କଲେ ମଧ୍ଯ ଅନ୍ୟମାନେ ଦୋଷ ଖୋଜିପାରନ୍ତି। କାର୍ଯ୍ୟହାସଲ ସକାଶେ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତି, କଳା, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହୋଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments