![]() | ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ଯରେ କଟିବ। ଦେବା ନେବାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ । ଶାରୀରିକ ଅସୁସ୍ଥତା ବଶତଃ ଚୁ- ନାମାକ୍ଷର ବ୍ୟକ୍ତି ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟରେ ସନ୍ତୋଷ ପ୍ରକାଶ କରିବେ। |
ଯେକୌଣସି କ୍ଷେତ୍ର ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଆର୍ଥିକ ସମସ୍ୟା ଦୂର ହେବାରେ ପଡ଼ୋଶୀଙ୍କ ଅବଦାନକୁ ଭୁଲି ହେବନି କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି ବ-ନାମାକ୍ଷର ବ୍ୟକ୍ତିଙ୍କର ବନ୍ଧୁ ମିଳନ ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। | |
ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ଯରେ ସମ୍ପନ୍ନ କରିପାରିବେ। ଘ- ନାମାକ୍ଷର ବ୍ୟକ୍ତିମାନେ ସାଧାରଣ କଥାକୁ କେନ୍ଦ୍ରକରି ପଡ଼ୋଶୀଙ୍କ ରୋଷର ଶିକାର ହେବେ। ରପ୍ତାନି ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ଅର୍ଥଭାବ ଲାଗିରହିବା କାରଣରୁ କେତେକ ଆଶା ଅପୂରଣ ରହିଯାଇପାରେ । | |
ବାଧ୍ଯ ବାଧକତାରେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ହେ- ନାମାକ୍ଷର ବ୍ଯକ୍ତି ଯାତ୍ରା ସମୟରେ ଅଜଣା ଅଶୂଣା ବ୍ୟକ୍ତିଙ୍କଠାରୁ ଦୂରେଇ ରୁହନ୍ତୁ ଯାନବାହନ ଚାଳନାରେ ସତକ୍ତା ଅବଲମ୍ବନା ନ କଲେ ଅସୁବିଧାର ସମ୍ମୁଖୀନ ହେବେ। ମାଦକ ଦ୍ରବ୍ୟ ସେବନର ସ୍ବାସ୍ଥ୍ୟହାନି ସଙ୍ଗକୁ ସମାଲୋଚନାର ଶରବ୍ୟ ହୋଇପାରନ୍ତି | | |
କୌଶଳପୂର୍ଣ୍ଣ କାର୍ଯ୍ୟପଦ୍ଧତି ଯୋଗୁ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ମ-ନାମାକ୍ଷର ବ୍ୟକ୍ତି ଅଫିସ କାମରୁ ପୁଚୁସତ ପାଇବେ ନାହିଁ। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ; ଯାହା କି କଥାଟି କଥାରେ ହିଁ ରହିଯିବ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ମାନସିକ ଅସ୍ଥିରତା କେତେକାଂଶରେ ଦୂର ହେବ । | |
ନିଜ ଲୋକଙ୍କ ବିରୁଦ୍ଧାଚରଣ ହେତୁ କାମଗୁଡ଼ିକ ବାସ୍ତବରେ ଓଲଟା ହେବ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧ ଏବଂ ବିଜ୍ଞ ବ୍ୟକ୍ତିଙ୍କ ପ୍ରଶଂସାଭାଜନା ହେବେ। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ। ପୂ- ନାମାକ୍ଷର ବ୍ୟକ୍ତି ବିଶେଷ ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । | |
ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ। କୌଣସି ଭଦ୍ର ମହିଳାଙ୍କ ଦ୍ବାରା ଉପକୃତ ହୋଇପାରନ୍ତି। ରୁ ନାମାକ୍ଷର ବ୍ୟକ୍ତିମାନେ ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ ନତୂବା ଠକିଯିବାଟା ହିଁ ସାର ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। | |
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇବେ। ନ-ନାମାକ୍ଷର ବ୍ୟକ୍ତି ମାନଙ୍କ ସକାଶେ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ଆପଣଙ୍କ ପ୍ରତି ଅସହିଷ୍ଣୁତା “ମନୋଭାବ କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ ଏବଂ ପ୍ରଶଂସିତ ମଧ୍ଯ ହେବେ। | |
ଭ-ନାମାକ୍ଷର ବ୍ୟକ୍ତିମାନଙ୍କର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ନିଶ୍ଚିତ ଉପକୃତ ହେବେ। କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି ତଥାପି ନିରାଶ ହେବାକୁ ପଡ଼ିବ ନାହିଁ। ବନ୍ଧୁମାନଙ୍କ ସହ ଭ୍ରମଣ ସୁଖ ବେଶ୍ ଉପଭୋଗ୍ୟ ହୋଇପାରେ । | |
ଆଜି କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବାରୁ ମନଦୁଃଖ ହୋଇପାରେ। ଖ- ନାମାକ୍ଷର ବ୍ୟକ୍ତିଙ୍କର ଯାନ୍ତ୍ରିକ ତୁଟି ସମସ୍ୟାକୁ ଦ୍ବିଗୁଣିତ କରିବାର ଆଶଙ୍କା ରହିଛି। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ର ଉନ୍ନତ ରହିବ | | |
ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଗୋ- ନାମାକ୍ଷର ବ୍ୟକ୍ତିମାନଙ୍କର ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ରଣ ପରିଶୋଧର ଯୋଜନା କରିପାରନ୍ତି। ଶାରୀରିକ ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। | |
ଦ-ନାମାକ୍ଷର ବ୍ୟକ୍ତିଙ୍କର ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । |
Odia Calendar 2023
Comments
comments