| ଆଜି ନିଜର ଉଦାରତା ଗୁଣରୁ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ସୁପ୍ରତିଷ୍ଠିତ ହେବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ସୂଚନା ରହିଛି। |
| କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସହଯୋଗ ଲାଭକରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବେ । ସମ୍ପର୍କୀୟଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହୋଇପାରେ । ପାରିବାରିକ କ୍ଷେତ୍ରରେ ଅନ୍ତଦ୍ବନ୍ଦ ସହ ଭ୍ରାତୃ ସମ୍ପର୍କରେ ଅବନତି ଘଟିବ । |
| ନୂତନ ଭାବରେ ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ । ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ଯ ଲାଭ କରିପାରନ୍ତି, ଯାହାକି ପରିସ୍ଥିତିକୁ ସାବଲୀଳ କରିବାରେ ସହାୟକ ହେବ। ବ୍ୟବସାୟୀମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ। |
| ନିଜର ବ୍ୟବହାରରେ ପରିବର୍ତ୍ତନ ଆଣିବା ସହ ସତର୍କତା ଅବଲମ୍ବନ କରିବା ଭଲ ହେବ। ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିବ, ମାତ୍ର ହୁଏତ ସୁଯୋଗ ପାଇବା ସହଜ ହୋଇ ନ ପାରେ । ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହେବ। |
| ନିକଟରେ ଆଲୋଚନା କରିଥିବା ନୂଆ ଯୋଜନାଟି ଉପରେ ଗୁରୁତ୍ବ ଦେବେ | ପରିବାରରେ ଭୁଲ୍ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଦେହ ଭଲ ରହିବ ମାତ୍ର ଶ୍ରମଜନିତ କ୍ଳାନ୍ତିବୋଧ କରିବେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। |
| ବନ୍ଧୁଙ୍କ ଛଳନାତ୍ମକ କଥାରୁ ଠିକ୍ ଭାବେ ବୁଝି ପାରିବେନି କିନ୍ତୁ ପଚାରି ମଧ୍ଯ ବୁଝିପାରିବେ ନାହିଁ। ସାହିତ୍ୟ,ଚିତ୍ରକଳା, ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ଝଗଡ଼ା ଲାଗିପାରେ । |
| ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅବଶ୍ୟ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ ବିଶେଷ କିଛି ଅସୁବିଧା ରହିବ ନାହିଁ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ମନକୁ ନା ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହେବାର ସୂଚନା ରହିଛି। |
| ନୂଆ ଯୋଜନାଗୁଡ଼ିକ ମଧ୍ଯ ଠିକ୍ ଭାବେ କାର୍ଯ୍ୟକାରୀ ନ ହୋଇପାରେ। ହାତେ ମାପି ଚାଖଣ୍ଡେ ଚାଲିଲେ ଚେଷ୍ଟା ସଫଳ ହେବାର ସମ୍ଭାବନା ମିଳିପାରେ । ଅର୍ଥ ସମ୍ପର୍କୀୟ କାମରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରର ଘଟଣାଗୁଡ଼ାକ ଅସାଧାରଣ ମନେ ହେବ। |
| ଆଶାନୁରୂପକ ସଫଳତା ହାସଲରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିବେ। ପରିବାରରେ କୌଣସି ଅଭାବ ନ ଥାଇ ମଧ୍ଯ ମନଟା ଭଲ ଲାଗିବ ନାହିଁ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ଯ ସଦ୍ବ୍ୟବହାର କରିବା କାଠିକର ପାଠ ହେବା ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ ଅନ୍ୟଥା ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ । |
| କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ ମାତ୍ର ଖର୍ଚ୍ଚ ପରିମାଣ ବୃଦ୍ଧିରୁ ଅଶାନ୍ତ ରହିପାରନ୍ତି |ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ଆତ୍ମୀୟସ୍ଵଜନ ଦୂରେଇ ଯାଇପାରନ୍ତି। ବିବାଦର ଆଶଙ୍କା କରୁଥିବା ଘଟଣାରେ ସେମିତି କିଛି ହେବ ନାହିଁ। |
| ଗତକାଲିର ଘଟଣା ମନକୁ ବିବ୍ରତ କରିପାରେ ଅବଶ୍ୟ ମଧ୍ଯାହ୍ନ ପରେ ମନ ଶାନ୍ତ ରହିବ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡ଼ିବେ। ଯେତେ ଭଲ କାମ କଲେ ମଧ୍ଯ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଏଣୁ ସାବଧାନତା ନିତାନ୍ତ ଦରକାର। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି| |
| ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ବରାନ୍ବିତ କରିବେ। ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ଘରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆର୍ଥିକ ଅଭାବ ଓ ଅନଟନ କେତେକ କାମକୁ ସ୍ଥଗିତ ରଖିଦେଇପାରେ । |