OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rashiphala Wednesday 9th August 2023

Odia Rashiphala

Odia Rashiphala

ଆଜି ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ମାନ୍ତି ଓ ଅବସାଦ ଦେଖାଦେଇପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜାରେ ମଜିରହିପାରନ୍ତି।
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧା ଧଉଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତା ବଢ଼ିଯାଇପାରେ ।
ପଡ଼ୋଶୀ / ଆମ୍ବୀୟସ୍ବଜନ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। ନିକଟ ସମ୍ପର୍କୀୟଙ୍କୁ ସନ୍ଦେହ କରି କୌଣସି କାମ କରିପାରିବେ ନାହିଁ । କର୍ମକ୍ଷେତ୍ର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହୋଇପାରେ ।
ସ୍ବାସ୍ଥ୍ୟ ପରିସ୍ଥିତିରେ କୌଣସି ଉନ୍ନତି ଦେଖାଯାଇ ନ ପାରେ। କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି । ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ର ସ୍ଥିତି ଅନୁକୂଳ ହୋଇପାରେ। ଧାର୍ମିକ ସ୍ଥଳ ପରିଦର୍ଶନ କରିପାରନ୍ତି ।
ଆଜିର ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୂତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହିନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ଇଚ୍ଛା ନ ଥିଲେ ମଧ୍ଯ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।
ବିଭିନ୍ନ ଅସୁବିଧା ଲାଗିରହିଥିବାରୁ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ଆଜି ଦିନଟିରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ ।
ସ୍ବାସ୍ଥ୍ୟ ବିଶେଷ ଭଲ ନ ରହିବା କାରଣରୁ ମନଟା କାହିଁକି କେମିତି କେମିତି ଲାଗିପାରେ। କାର୍ଯ୍ୟକୁ ତ୍ବରାନ୍ଦିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିପାରେ । ଛୋଟ ଘଟଣା ପ୍ରତି ଗୁରୁତ୍ବ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟିର କାରଣ ହୋଇପାର । ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ଯ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ପ୍ରତିଯୋଗିତାରେ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଓଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ମାତ୍ର ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। ଆଜିର ସନ୍ଧ୍ୟା ସମୟରେ ନିକଟ ସମ୍ପର୍କୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି ।
ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ଯ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ପାରିବାରିକ କ୍ଷେତ୍ରରେ କିଛିଟା ଏ ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତର କାରଣ ହୋଇପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2023

Comments

comments