![]() |
ବିଚାର ବିମର୍ଶ କରି କାର୍ଯ୍ୟ କରିବାକୁ ପଡ଼ିବ । ବିଭିନ୍ନ ସ୍ତରରୁ ସହଯୋଗ ମିଳିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହୋଇପାରେ । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ । |
![]() |
କାର୍ଯ୍ୟ ସଠିକ୍ ମାର୍ଗରେ ଚାଲିବ । ଦାମ୍ଭିକତା ଫଳପ୍ରଦ ହେବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଶକ୍ତିମାନ୍ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ଅର୍ଜନ କରିବେ । |
![]() |
ଲୋକ ସଂପର୍କ ବୃଦ୍ଧି ହେବ । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । |
![]() |
ନିର୍ଭରଶୀଳ ନ ହୋଇ ସ୍ୱଇଚ୍ଛାରେ କାର୍ଯ୍ୟ କରିପାରନ୍ତି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ ହେବେ । |
![]() |
ନିର୍ଭୀକ ଭାବେ କାର୍ଯ୍ୟ କରିବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ । |
![]() |
ବିଭିନ୍ନ ସୂତ୍ରରୁ ଧନାଗମ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିବ । ବ୍ୟବସାୟରୁ ଅଧିକ ଧନଲାଭ ହେବ । |
![]() |
ଅଟକି ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ ରୂପ ଦେଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ପାରଙ୍ଗମ ହେବେ । ମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ । |
![]() |
ଅନ୍ଧକାର ଦୂର ହୋଇଛି । ଏବେ ଆଲୋକବର୍ତ୍ତିକାର ତେଜ ଉପଭୋଗ କରିବେ । କର୍ମଚଞ୍ଚଳ ରହିବେ । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ । ଆୟର ମାର୍ଗ ଉନ୍ମୁକ୍ତ ହୋଇପାରେ । |
![]() |
ସୁସ୍ଥ ଓ ନିରାମୟ ରହିବେ । ସ୍ୱଳ୍ପ ଆୟ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭର ସୂଚନା ମିଳୁଛି । ତନ୍ତ୍ର, ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ । |
![]() |
କଥାରେ ଅନ୍ୟକୁ ବଶ କରିପାରନ୍ତି । କର୍ମଚଞ୍ଚଳ ରହିବେ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ । |
![]() |
ସୁଯୋଗର ଉପଯୋଗ କରିବେ । ସେବାକୁ ସୁକର୍ମ ଭାବେ ଗ୍ରହଣ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା ଓ ବିଦ୍ୱାନ୍ ହେବେ । ସାହସୀ ଓ ସମ୍ପତ୍ତିବାନ୍ ହେବେ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରେ ଲାଭବାନ୍ ହେବେ । ଉତ୍ତମା ପତ୍ନୀଙ୍କ ସହଯୋଗ ପାଇ କୃତକାର୍ଯ୍ୟ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା ମନା । |