![]() |
ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ମନ ଫୁର୍ତ୍ତି ରହିବ । |
![]() |
ସତ୍ସଙ୍ଗୀ ହୋଇପାରନ୍ତି । ସୁସମାଚାର ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦରେ ବିଜୟୀ ହେବେ । |
![]() |
କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି, ତା’ର ସଦ୍ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିପାରନ୍ତି । ଭକ୍ତିଗାଥା ପ୍ରବଚନ ଶୁଣିବାରେ ଆଗ୍ରହୀ ହେବେ । |
![]() |
ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ପତ୍ନୀଙ୍କ ଧନରେ ପ୍ରତିପୋଷଣ ହେବେ । ବହୁ ସୁଖର ଅଧିକାରୀ ହୋଇପାରନ୍ତି । ଶ୍ରେଷ୍ଠ ପଦପଦବୀରେ ଆସୀନ ହୋଇପାରନ୍ତି । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ । |
![]() |
ବହୁ ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ସୁଖାଦ୍ୟ ମିଳିବ । ଆନନ୍ଦ ଉପଭୋଗ କରିପାରନ୍ତି । ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡ଼ିବ । ଅବିବାହିତଙ୍କର ବିବାହ ସ୍ଥିର ହେବ । |
![]() |
ସୀମାରେ ଉପୁଜିଥିବା ଗଣ୍ଡଗୋଳର ମୁକାବିଲା କରିପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଅଧ୍ୟୟନରତ ହେବେ । ଋଣ ପରିଶୋଧ କରିପାରନ୍ତି । |
![]() |
ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବନ୍ଧୁ ସହାୟତା ପାଇ ପ୍ରତିଯୋଗିତାରେ ବିଜୟୀ ହେବେ । |
![]() |
ପରିଶ୍ରମ ଯେତେ କଠିନ ହେଉ ପଛେ; ତା’ର ମୂଲ୍ୟ ମିଳିବ । ଯାନବାହନ ମିଳିବ । କାର୍ଯ୍ୟଧାରା ସୁମାର୍ଗୀ ହୋଇପାରେ । ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ରହିବା ଗୃହଟି ସ୍ୱାସ୍ଥ୍ୟ ନିବାସ ଭଳି ହେବ । |
![]() |
କାର୍ଯ୍ୟ ହାସଲ କରିବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ । କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟ ଲାଭ କରିପାରନ୍ତି । ଭକ୍ତିଗାଥା ତଥା ପ୍ରବଚନରେ ଯୋଗ ଦେବେ । |
![]() |
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି । ଭଗବତ୍ ପ୍ରେମୀ ହେବେ । ଦେବ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତିର ମାତ୍ରା ହ୍ରାସ ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ । |
![]() |
ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଚିନ୍ତାଧାରା ଉନ୍ନତମାନର ହେବ । |
![]() |
ଧର୍ମକାର୍ଯ୍ୟରେ ଅଧିକ ଧନବ୍ୟୟ କରିପାରନ୍ତି । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ସିଦ୍ଧହସ୍ତ ହେବେ । ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜି ପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । |