OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 15th November 2019

Odia Rashiphala

Odia Rashiphala

ନୂତନ ଯାନବାହନ କ୍ରୟ କରିବାର ସୁଯୋଗ ଅଛି । ତ୍ୟାଗପୂତ ଜୀବନଯାପନ କରିପାରନ୍ତି । ନୀତିରୁ ବିଚ୍ୟୁତ ହେବେ ନାହିଁ । ଧନଯୁକ୍ତ ହେବେ । ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାର ପ୍ରୟାସ ଜାରି ରଖିପାରନ୍ତି ।
ଆଶାବାଦୀ ହେବେ । ଆୟ ଉତ୍ତମ ଧରଣର ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ଚିନ୍ତାଧାରା ଉନ୍ନତ ହେବ ।
ମାନସିକ ଦୁଶ୍ଚିନ୍ତା ବୃଦ୍ଧି ହୋଇପାରେ । ପ୍ରତାରିତ ହୋଇପାରନ୍ତି । ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଆପଣଙ୍କ ପାଇଁ ଭଲ । ବନ୍ଧୁ ବିରୋଧର ସମ୍ମୁଖୀନ ହେବେ । ସ୍ନେହବୋଳା କଥାରେ ଅନ୍ୟମାନଙ୍କ ମନ କିଣିବେ । ଖର୍ଚ୍ଚାନ୍ତ ହେବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
ପ୍ରିୟ ବ୍ୟକ୍ତିଙ୍କୁ ସାହାଯ୍ୟ ସହଯୋଗ କରିପାରନ୍ତି । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । ମନ ପ୍ରସନ୍ନ ରହିବ । ସୁସମ୍ୱାଦ ପାଇ ଖୁସି ହେବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ ।
ବିପଦର ସୂଚନା ପାଇପାରନ୍ତି । ଅର୍ଥାଭାବ ଦେଖାଦେଇ ପାରେ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । କେବଳ ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କ ରହିବେ ।
ସମ୍ମାନିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଶୁଭକାର୍ଯ୍ୟ ପାଇଁ ସମୟ ଓ ମାର୍ଗ ଉନ୍ମୁକ୍ତ ରହିଛି । ସୁଖାଦ୍ୟ ମିଳିବ । ଆନନ୍ଦ ଉପଭୋଗ କରିପାରନ୍ତି ।
ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଋଣ ପରିଶୋଧ କରିପାରନ୍ତି ।
ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ଖବର ମିଳିପାରେ । ଦିନଟି ମଧ୍ୟମ ଧରଣର । ଭଲ-ମନ୍ଦ ମିଶ୍ରିତ ଫଳ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ପତ୍ନୀଙ୍କ ସହାୟତା ମିଳିବ ।
ଦାନଶୀଳ ହୋଇପାରନ୍ତି । ଉଦାର ପ୍ରକୃତିର ହେବେ । ଆପଣଙ୍କ ଶ୍ରମର ମୂଲ୍ୟାଙ୍କନ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । କୃଷକମାନଙ୍କୁ ଉତ୍ସାହିତ କରିପାରନ୍ତି । ଜଳପ୍ରତି ଆଦର ପ୍ରେମୀ ହେବେ । ଗୁଣବାନ୍ ହେବେ ।
ଧୈର୍ଯ୍ୟ ରଖି କାର୍ଯ୍ୟ କଲେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଦିଅଁ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିବେ । ଅଶାନ୍ତିର ଉପଶମ ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments