![]() |
ଭାଗ୍ୟଶାଳୀ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉତ୍ତମ ମିତ୍ରର ସାନ୍ନିଧ୍ୟ ଲାଭ କରି ବିଶେଷ ଉପକୃତ ହେବେ । |
![]() |
ସୁଖ ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ କରିପାରନ୍ତି । ସୈନିକମାନେ ରଣକ୍ଷେତ୍ରରେ ଅସୀମ ବଳ, ବିକ୍ରମ ପ୍ରଦର୍ଶନ କରିପାରନ୍ତି । ସମ୍ପଦ ଭରପୂର ରହିବ । |
![]() |
ସାମୟିକ ଭାବେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ମଧୁର କଥାରେ ପରକୁ ଆପଣାର କରିବେ । |
![]() |
ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହିତ ସମ୍ମାନ ପ୍ରାପ୍ତ ହେବେ । ଗୃହ ସୁଖ ସହିତ ଯାନବାହନ ସୁଖ ମିଳିବ । |
![]() |
କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । ଶୃଙ୍ଗାର କମ୍ୱା ଔଷଧ ବ୍ୟବସାୟ ଲାଭଜନକ ହେବ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍ ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଉଦ୍ୟୋଗୀ ହୋଇପାରନ୍ତି । |
![]() |
ବିବେକର ଅନୁମୋଦନ ନ ଥାଇ ମଧ୍ୟ ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । |
![]() |
ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସ୍ୱକର୍ମ ପାଇଁ ମନରେ ଗର୍ବଭାବ ବହନ କରିବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ ବିଶେଷ ଉପକୃତ ହେବେ । |
![]() |
ଅଯଥା ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶାରୀରିକ ଶକ୍ତି ବୃଦ୍ଧିର ସୂଚନା ମିଳୁଛି । ଶତ୍ରୁହନ୍ତା ହେବେ । ଚାକିରିକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହୋଇପାରନ୍ତି । |
![]() |
କର୍ମ ଚଞ୍ଚଳ ରହିବେ । କନ୍ୟା ସନ୍ତାନ ସହାୟକା ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । |
![]() |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭପ୍ରାପ୍ତ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ଯାନବାହନ ସୁଖ ମିଳିପାରେ । |
![]() |
ଶ୍ରମ ସାର୍ଥକ ହେବ । ମନ ପ୍ରସନ୍ନ ରହିବ । ଆତ୍ମବିଶ୍ୱାସୀ ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । |