![]() |
ଧନଲକ୍ଷ୍ମୀ ବରଦାୟିକା ଅଛନ୍ତି । ଆକସ୍ମିକ ଧନଲାଭ ହେବ । କର୍ମଚଞ୍ଚଳ ରହିବେ । ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ । ତେଜସ୍ୱୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । |
ଉଦାର ସ୍ୱଭାବର ହେବେ । ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମରୁ ଲାଭବାନ୍ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । | |
ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ଓ ବ୍ୟବହାର ମଧୁର ହେବ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ । ଧାର୍ମିକ, ବନ୍ଧୁପ୍ରେମୀ, ମେଳାପୀ ଓ ବିଦ୍ୱାନ୍ ହେବେ । | |
ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କଠାରୁ ସହାୟତା ପାଇ ଖୁସି ହେବେ । | |
ଶ୍ରୀଚନ୍ଦ୍ର ଭୋଗ ହେତୁ ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି । ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ରହିବେ । | |
ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଶାରୀରିକ ଉତ୍ତେଜନା ନିର୍ବାପିତ ହୋଇପାରେ । ଧର୍ମୀୟ କାର୍ଯ୍ୟରେ ଧନ ବ୍ୟୟ କରିବେ । ସ୍ନେହପୂର୍ଣ୍ଣ ଭାଷା ବ୍ୟବହାର କରିବେ । | |
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତିର ସୁଯୋଗ ଅଛି । | |
କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାର୍ଦ୍ରଚିତ୍ତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ରହିବ । | |
ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି । ଭୋଗୀ ହେବେ । ବିଳାସୀ ହେବେ; ମାତ୍ର କର୍ମତତ୍ପର ରହିବେ । ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । | |
ଈର୍ଷା ପରିତ୍ୟାଗ କଲେ ସଜ୍ଜନସଙ୍ଗ ଲାଭ ହେବ । ଅସୁସ୍ଥତା ଥାଇ ବି କର୍ମତତ୍ପର ରହିବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାରାଦିନ ସତର୍କରେ ଚଳିବେ । | |
ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି । ମହିଳାମାନେ ଶିକ୍ଷାଦାନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ । | |
ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । |
Odia Calendar 2022
Comments
comments