OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 24th May 2019

Odia Rashiphala

Odia Rashiphala

କର୍ମ ଚଞ୍ଚଳ ରହିବେ । ପରିବାରର ମୁଖ୍ୟ ଭୂମିକା ଗ୍ରହଣ କରିବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଜୀବେ ଦୟାର ଅବତାର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିବେ ।
ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ ଓ ସାହସୀ ହେବେ ।
ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ଈର୍ଷାଳୁ ଓ ପ୍ରତିଶୋଧ ପରାୟଣ ହେବେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ । ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବ ଜାଗ୍ରତ ହେବ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ମନରେ ଅହଂଭାବ ଆସିପାରେ ।
କାର୍ଯ୍ୟରେ ଆଗ୍ରହୀ ହେବେ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ମିଳିବ ।
ଯାତ୍ରାଦିରେ ପ୍ରିୟ ମିତ୍ରଙ୍କ ସହ ମିଳିତ ହୋଇପାରନ୍ତି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହୋଇପାରେ ।
ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଶ୍ରେଷ୍ଠ କର୍ମ ମନେ କରି ଆଦରି ନେଇପାରନ୍ତି । ଜଣେ ଉତ୍ତମ ଜ୍ଞାନୀ ବ୍ୟକ୍ତିଭାବେ ପରିଚୟ ସୃଷ୍ଟି କରିବେ । କୃଷି କର୍ମକାରୀ ହେବେ । ଯାନବାହନ ସୁଖ ମିଳିବ ।
ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ମନ ପ୍ରସନ୍ନ ରହିବ । ଧର୍ମାତ୍ମା ହେବେ । ମିଷ୍ଟଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ପାଇବେ । ବନ୍ଧୁପ୍ରେମୀ ହେବେ ।
ଆଶା ଫଳବତୀ ହେବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିର ପରିଚୟ ଦେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ ।
ପାରିବାରିକ ଶାନ୍ତି ଅବ୍ୟାହତ ରହିବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଆୟ ଉତ୍ତମ ଧରଣର ହେବ । ସୁସ୍ଥ ଓ ନିରାମୟ ରହିବେ । ମୋକଦ୍ଦମାରେ ବିଜୟୀ ହେବେ । ଧନପ୍ରାପ୍ତିର ସୂଚନା ମିଳୁଛି । ନୂଆ ବନ୍ଧୁକୁ ଜୁଟିବେ ।
ବିପଦ ଟଳି ଯିବ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରିୟବାକ୍ୟ ବ୍ୟବହାର କରି କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ସାହସୀ ଓ ଜ୍ଞାନୀ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ ।
ଧୈର୍ଯବାନ୍ ହୋଇ ସଫଳତା ପ୍ରାପ୍ତ ହେବେ । ମୂଲ୍ୟବାନ୍ ଦ୍ରବ୍ୟ କରିପାରନ୍ତି । ସୁସ୍ଥ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments