OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 26th March 2021

Odia Rashiphala

Odia Rashiphala

ଅଧ୍ୟାପନା ପାଇଁ ପ୍ରସ୍ତୁତି ପର୍ବ, ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ । ସନ୍ତାନ ଲାଭ ହୋଇପାରେ । ସୁସ୍ଥ ରହିବେ ।
ଆପଣଙ୍କ ନେତୃତ୍ୱାଧୀନ କାର୍ଯ୍ୟ ଫଳପ୍ରଦ ହେବ । ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ସଙ୍ଗୀତପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି । ଯଶସ୍ୱୀ ହେବେ । ସରକାରୀ ଅର୍ଥ ମିଳିବ ।
କାର୍ଯ୍ୟରେ ସଫଳ ହେବାକୁ ଇଚ୍ଛାକରୁଥିଲେ ଅପେକ୍ଷା କରିବାକୁ ପଡ଼ିବ । ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।
ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ନୀତିନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ । ତ୍ୟାଗପୂତ ମନୋଭାବ ଗ୍ରହଣ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଅଳ୍ପକେ ସନ୍ତୁଷ୍ଟ ହୋଇପାରନ୍ତି । ସହିଷ୍ଣୁ ଓ କୀର୍ତ୍ତିମାନ୍ ହେବେ ।
ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରରୂ ଲାଭ ମିଳିବ । ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବଦ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ନୂଆବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଚିନ୍ତାଧାରା ଉନ୍ନତ ହେବ ।
କାର୍ଯ୍ୟରେ ବିଘ୍ନ ଘଟାଇବାକୁ କେହି ଉଦ୍ୟମ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଧର୍ମକାର୍ଯ୍ୟରେ ଅଧିକ ବ୍ୟୟ କରି ସନ୍ତୁଷ୍ଟ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କେବଳ ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ । ମଧୁରଭାଷୀ ହେବେ ।
ସାଧନାରେ ସିଦ୍ଧିଲାଭ କରିବେ । ଶୁଭ ଖବର ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ସୂତ୍ରରୂ ଏପରିକି ସରକାରୀ ସ୍ତରରୁ ଅର୍ଥପ୍ରାପ୍ତ ହେବେ ।
ଭକ୍ତି ଭାବନାରେ ଉଦ୍‍ବୁଦ୍ଧ ହୋଇପାରନ୍ତି । ସୁସମ୍ୱାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
ଧନଯୁକ୍ତ ହେବାର ସମ୍ଭାବନା ଅଛି । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରବଚନ ପ୍ରିୟ ହେବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ । ଆର୍ଥିକ କ୍ଷେତ୍ର ଦୁର୍ବଳ ରହିବ । କର୍ମଚଞ୍ଚଳ ରହିବେ । ମଧୁର କଥାରେ ପରକୁ ଆପଣାର କରିବାରେ ପାରଙ୍ଗମ ହେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । ଅସାଧ୍ୟ କାର୍ଯ୍ୟକୁ ସାଧନ କରିବାରେ ସଫଳ ହେବେ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ଲକ୍ଷ୍ୟ ହାସଲ କରିବାରେ ସକ୍ଷମ ହେବେ । ଶତ୍ରୁବିନାଶ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments