OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 28th Feb 2020

Odia Rashiphala

Odia Rashiphala

ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆୟ ବୃଦ୍ଧିର ସୂଚନା ମିଳୁଛି । ମୋକଦ୍ଦମାରେ ବିଜୟୀ ହେବେ । ଅର୍ଥ ମିଳିବ । ଚିନ୍ତାଧାରା ଉନ୍ନତ ମାନର ହେବ ।
ବ୍ୟୟାଧିକ ହୋଇପାରେ । ଗତିରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳମନା ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଅଧସ୍ତନମାନଙ୍କର ମନ ନେଇ ପାରନ୍ତି । ସାହସୀ ଓ ଜ୍ଞାନୀ ହୋଇପାରନ୍ତି ।
ବହୁ ଶୁଭ ଯୋଗଅଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳମନା ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇ ଅର୍ଥ ପ୍ରାପ୍ତ ହେବେ । କରିତ୍‌କର୍ମା ହୋଇପାରନ୍ତି ।
ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ, ମମତା ରହିବ ।
ଦାନ-ଧର୍ମରେ ଦୀକ୍ଷିତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନଟି ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସେବା-ପୂଜାରେ ନିଜକୁ ନିୟୋଜିତ ରଖିବେ । ଭଲ କାର୍ଯ୍ୟ କରିବାକୁ ଯାଇ ମନ୍ଦ ଫଳ ପାଇବେ । ସ୍ୱାଭିମାନୀ ହୋଇପାରନ୍ତି । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିପାରନ୍ତି । ସତର୍କତାର ଦିନ ।
ମିତ୍ରତା ବୃଦ୍ଧି ହେବ । ବ୍ୟବସାୟରେ ଲାଭବାନ୍ ହେବେ । ସେବା ମନୋଭାବ ଗ୍ରହଣ କରିପାରନ୍ତି । ସାମୟିକ ଭାବେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ କଥାରେ ପରିଚାଳିତ ହେବେ ।
ଚକ୍ଷୁରେ ପୀଡ଼ା ଉପୁଜି ପାରେ । ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଚମତ୍କାର ଲାଭ ପାଇବେ । ସୁଖଭୋଗ କରିବେ ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳମନା ହୋଇପାରନ୍ତି । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ସତର୍କ ରହିବେ । କାରଣ ଚୌରଭୟ ଅଛି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷି କର୍ମକାରୀ ହେବେ । ଜଳପ୍ରେମୀ ହେବେ ।
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇ ପାରନ୍ତି ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିବେ । ବ୍ୟବସାୟ ଲାଭଦାୟକ ହେବ । ଯାନବାହନ ସୁଖ ମିଳିପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments