![]() |
କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ପରୋପକାରୀ ହୋଇପାରନ୍ତି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ । |
ହାତରୁ ଖସି ଯାଉଥିବା କାର୍ଯ୍ୟକୁ ଆୟତ୍ତାଧୀନ କରିବାରେ ସକ୍ଷମ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଉଦାର ପ୍ରକୃତିର ହେବେ । ଦାନ ଧର୍ମକୁ ଆଦରି ନେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ । | |
ମନ ପ୍ରସନ୍ନ ରହିବ । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ । ପୂଜା-ପାଠ କରିପାରନ୍ତି । | |
ସୁଖ-ସମ୍ମାନ ଲାଭ କରିପାରନ୍ତି । ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରମାନଙ୍କଠାରୁ ସାହାଯ୍ୟ, ସମର୍ଥନ ପାଇ ଉପକୃତ ହେବେ । | |
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଯଥେଷ୍ଟ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବେ । ସୁସ୍ଥ ରହିବେ । | |
ମନ ପ୍ରସନ୍ନ ରହିବ । କର୍ମ ଚଞ୍ଚଳ ରହିବେ । ସାମୟିକ ଭାବେ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ । ସ୍ନେହବୋଳା ଭାଷାରେ ପରକୁ ଆପଣାର କରିପାରନ୍ତି । ଖର୍ଚ୍ଚାନ୍ତ ହେବା ଆଶା କରାଯାଏ । | |
ସୁଖ-ସନ୍ତୋଷ ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କାର୍ଯ୍ୟକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଧନଲାଭ ହେବ । | |
ଶ୍ରମ ସାର୍ଥକ ହେବ । କୁଳ ପ୍ରଦୀପ ହୋଇପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । | |
କର୍ମ ତତ୍ପର ରହିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । | |
ଇଚ୍ଛା କରୁଥିବା କାର୍ଯ୍ୟ ହାତକୁ ଆସିପାରେ । ଭୋଜନରେ ଅଶାନ୍ତି ଉପୁଜି ପାରେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ମିତ୍ରମାନେ କରଛଡ଼ା ଦେବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ । | |
ସାଙ୍ଗ ସୁଖ ମିଳିପାରେ । ସମାଜ ସେବାରେ ନିଜକୁ ହଜାଇ ଦେଇପାରନ୍ତି । ସ୍ୱକର୍ମ ପାଇଁ ମନରେ ଅହଂଭାବ ଆସି ପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ । | |
ଅସମାପ୍ତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସକ୍ଷମ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ । |
Odia Calendar 2019
Comments
comments