OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Friday 2nd April 2021

Odia Rashiphala

Odia Rashiphala

ଈର୍ଷାପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଆବଶ୍ୟକ ଠାରୁ କମ୍ ଅର୍ଥ ମିଳିବ । ଅଷ୍ଟମଚନ୍ଦ୍ର ଯୋଗୁଁ ଉଚ୍ଚସ୍ଥାନ ଆରୋହଣ ମନା ।
ସୁଖ ସମ୍ମାନ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ନିଜର ଦକ୍ଷତା ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ପ୍ରଗତିର ବାହକ ହେବ ।
ପଡ଼ୋଶୀଙ୍କ ସହିତ ସଂପର୍କ ଦୃଢ଼ ହେବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିପାରନ୍ତି ।
ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ । ଆର୍ଥିକ ସ୍ରୋତ ବିଭନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
କାର୍ଯ୍ୟ ହାସଲ ପାଇଁ କଳ, କୌଶଳ ଚିନ୍ତା କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟ ଭଲରେ ଚାଲିବ ।
ମନ ପ୍ରସନ୍ନ ରହିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ । ମୋକଦ୍ଦମାରେ ବିଜୟୀ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆବନ୍ଧୁ ଜୁଟିବେ ।
ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ସମ୍ମାନିତ ହୋଇପାରନ୍ତି । ମଧୁରଭାଷୀ ହେବେ । ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପରକୁ ଆପଣାର କରିପାରନ୍ତି ।
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ ।
ଶ୍ରମକାତର ନ ହୋଇ କାର୍ଯ୍ୟ କରି ଚାଲିବେ । ପରିଶ୍ରମ ଫଲ ଦାୟକ ହେବ । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ପ୍ରକୃତିର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଗୃହକର୍ମରେ ନିପୁଣା ପତ୍ନୀଙ୍କ ଭାବାବେଗ ବୁଝି ପାରିବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments