OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 17th May 2021

Odia Rashiphala

Odia Rashiphala

ଉଦାର ସ୍ୱଭାବର ହେଲେ ବି ଯେକୌଣସି କାରଣରୁ କ୍ରୋଧିତ ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ରହିବେ । କୃଷି କ୍ଷେତ୍ରରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ମିଳିବ ।
ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ରଙ୍କ ସହଯୋଗ ପାଇବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ ।
ଯାତ୍ରାରେ ବିଘ୍ନ ଉପୁଜିପାରେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ନିରୋଳାରେ ସମୟ ବିତାଇ ପାରନ୍ତି । ଧର୍ମୀୟ କାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ । ମଧୁର ଭାଷାରେ ପରକୁ ଆପଣାର କରିବେ ।
ମନପ୍ରସନ୍ନ ରହିବ । କର୍ମଚଞ୍ଚଳ ରହିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ । ଅର୍ଥ ମିଳିବ ।
ସୁଖସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି । କୁଳପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ରହିବ ।
ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ବିତାଇ ପାରନ୍ତି । କର୍ମତତ୍ପର ରହିବେ ।ସୁଖସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିପାରନ୍ତି । ବିଦ୍ୟାବାନ ଓ ସମ୍ପତ୍ତିବାନ୍ ହେବେ । ସାହସୀ ହେବେ ।
ଖର୍ଚ୍ଚାନ୍ତ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ବାହାର ଅଞ୍ଚଳରେ ଖ୍ୟାତି ଅର୍ଜନ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ ।
ଆନନ୍ଦ ଉତ୍ସବ ଲାଗି ରହିବ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ବ୍ୟବସାୟ ଲାଭଜନକ ହେବ । ସ୍ୱକାର୍ଯ୍ୟ ପାଇଁ ମନରେ ଗର୍ବଭାବ ବହନ କରିପାରନ୍ତି । ସମାଜସେବାରେ ନିଜକୁ ନିୟୋଜିତ କରିବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ତତ୍ପର ହେବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । କରିତ୍‌କର୍ମା ହେବେ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ବ୍ୟବସାୟ ଲାଭଜନକ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments