OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Monday 22th Feb 2021

Odia Rashiphala

Odia Rashiphala

ଉତ୍ସାହିତ ହୋଇ କାର୍ଯ୍ୟ ସଂପାଦନ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ ।
ଭାଗ୍ୟଶାଳୀ ହେବେ । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିପାରନ୍ତି । ବିଭିନ୍ନ ଦିଗରୁ ଧନାଗମ ହେବ । ବ୍ୟବସାୟରୁ ଅଧିକ ଧନ ପ୍ରାପ୍ତିର ସୂଚନା ମିଳୁଛି ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଊଣା ହେବ ନାହିଁ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧକ୍ଷେତ୍ରରେ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ପ୍ରିୟ ଲୋକଙ୍କୁ ଭେଟିବେ ।
କର୍ମଚଞ୍ଚଳ ରହିବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଧାର୍ମିକ ପ୍ରବୃତ୍ତିର ହେବେ । ସାହସୀ, ଜ୍ଞାନ ଗରିମାଯୁକ୍ତ ହେବେ ।
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ । ଗୃହ ସୁଖ ଓ ଯାନବାହନ ସୁଖ ମିଳିବ ।
କୁଳ ପ୍ରଧାନ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହୋଇପାରେ । ଯଶସ୍ୱୀ ହେବେ । ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ । ଘାତଚନ୍ଦ୍ର ଯୋଗୁଁ ସତର୍କ ହେବେ ।
ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପର୍ଯ୍ୟଟନ ସୁଯୋଗ ମିଳିବ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଜାଗ୍ରତ ଈର୍ଷା ଭାବକୁ ପ୍ରଶମିତ କରିପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରାକୁ ନିଷେଧ କରାଯାଇଛି । ଅର୍ଥାଭାବ ହେବ ।
ବହୁ ମିତ୍ରଙ୍କ ସାନ୍ନିଧ୍ୟ ଓ ସହଯୋଗ ପାଇ ଭାବବିହ୍ୱଳ ହୋଇପାରନ୍ତି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିପାରେ । ସମାଜସେବା କ୍ଷେତ୍ରରେ ଯୋଗଦାନ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବିପଦ ସମୟରେ ପତ୍ନୀ ପତନ ମୁଖରୁ ରକ୍ଷା କରିବେ ।
ଲୋଭଗ୍ରସ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରିରେ ସୁନାମ ଅର୍ଜନ କରିବେ ।
ଚଞ୍ଚଳ ଚେଷ୍ଟିତ ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ଧାର୍ମିକ, ତେଜସ୍ୱୀ ଓ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
କଳହମୁକ୍ତ ରହିବାକୁ ଆପ୍ରାଣ ଉଦ୍ୟମ କରିପାରନ୍ତି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments