OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 11th January 2020

Odia Rashiphala

Odia Rashiphala

ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କୃଷି କର୍ମକାରୀ ହୋଇପାରନ୍ତି । ଜଳପ୍ରତି ଓ ବୁଦ୍ଧିମାନର କାର୍ଯ୍ୟ କରିବେ ।
ସଙ୍ଗଠନକୁ ସୁଦୃଢ଼ କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃସ୍ନେହ ରହିବ ।
ଆଳସ୍ୟ ଅନୁଭବ କରିପାରନ୍ତି । ଭାଗ୍ୟଶାଳୀ ହେବେ । ବ୍ୟକ୍ତି ବିଶେଷ ଭାବେ ସାମାଜିକ କ୍ଷେତ୍ରରେ ପରିଗଣିତ ହେବେ । ପରଦେଶବାସୀ, ମଧୁରଭାଷୀ ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଏକପତ୍ନୀବ୍ରତୀ ସହ ମିତ୍ର ସ୍ନେହୀ ହେବେ ।
ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିବେ । ବଳଶାଳୀ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ରଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇ ପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି ।
କାର୍ଯ୍ୟ କ୍ଷେତ୍ରରେ ନିରୁତ୍ସାହ ହୋଇପାରନ୍ତି । ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଛଳନାପୂର୍ଣ୍ଣ ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ । ରାଜଯୋଗ ଅଛି । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି ।
ସ୍ୱଳ୍ପ ଆୟ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥ ମିଳିବ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ ।
ପରିଶ୍ରମ ଯେତେ ଅଧିକ ହେଉ ନା କାହିଁକି, ତା’ର ମୂଲ୍ୟ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରକ ସ୍ନେହ ରହିବ ।
ଧର୍ମ କାର୍ଯ୍ୟରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବାର ସୂଚନା ମିଳୁଛି ।
କୌଣସି କାରଣକୁ ନେଇ ଅସୁଖୀ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା କରିବା ଅନୁଚିତ ହେବ ।
ବହୁମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇବେ । ମନରେ ଅହଂଭାବ ଉଦ୍ରେକ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବା ଆଶାକରାଯାଏ । ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ ।
ସ୍ୱଚ୍ଛ ଓ ସମୟ ଉପଯୋଗୀ କାର୍ଯ୍ୟ ପାଇଁ ଗର୍ବିତ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶକ୍ତିମାନ୍ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହୋଇପାରେ । ସାମାନ୍ୟ ଚକ୍ଷୁପୀଡ଼ା ହେବ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଫଳ ସପକ୍ଷରେ ଯାଇପାରେ । ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments