OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 13th July 2019

Odia Rashiphala

Odia Rashiphala

କାର୍ଯ୍ୟ ବିଳମ୍ବିତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା କରିବା ନିଷେଧ ।
ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଉପଦେଶ ଫଳଦାୟକ ହେବ ।
ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । ଶତ୍ରୁକୁ ପରାସ୍ତ କରି ଆଶ୍ୱସ୍ତ ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।
ବନ୍ଧୁ ସହାୟତା ମିଳିବା ବେଳେ ନିଜକୁ ଅସହାୟତା ମନେ କରୁଥିଲେ ବି ଆକସ୍ମିକ ଧନଲାଭ ଯୋଗଁ ଆଶ୍ୱସ୍ତ ହେବେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଚଞ୍ଚଳ ପ୍ରକୃତିର ହେବେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ପଦ-ମର୍ଯ୍ୟାଦା ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ପୀଡ଼ା ଭୋଗ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇବେ ।
ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ପାଇବେ । ତ୍ୟାଗଶୀଳ ଓ ନୀତିଜ୍ଞ ହେବେ । ବିଭିନ୍ନ ଦିଗରୁ ଧନାଗମ ହୋଇପାରେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ କରିବାରେ ସକ୍ଷମ ହେବେ । ବଳବାନ୍ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ ।
ବ୍ୟବସାୟରେ ଯଥେଷ୍ଟ ଉନ୍ନତି କରିପାରନ୍ତି । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି । ମିଠା କଥା କହି ପରକୁ ଆପଣାର କରିବେ । ଖର୍ଚ୍ଚାନ୍ତ ହେବେ ।
ଉତ୍ସବାଦିରେ ବନ୍ଧୁ-ବାନ୍ଧବଙ୍କ ସହ ମିଳିତ ହେବେ । ଆୟବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ ।
ଆର୍ଥିକ ଅନଟନ ଦୂର ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ ।
ସେବା-ପୂଜା ପ୍ରତି ଆଗ୍ରହୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଆଜି ଦିନଟି ଭୋଗ ବିଳାସରେ କଟାଇବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments