OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 16th November 2019

Odia Rashiphala

Odia Rashiphala

ଦୁର୍ଘଟଣାରୁ ଉଧୁରି ଯିବେ । ଶ୍ରମର ମୂଲ୍ୟାଙ୍କନ ହେବ । ମନ ପ୍ରସନ୍ନ ରହିବ । ଧର୍ମ ପରାୟଣ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ସୁଖ ମିଳିବ ।
କାର୍ଯ୍ୟକ୍ଷେତ୍ରରେ ନର୍ଭରଶୀଳ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମର ସୂଚନା ମିଳୁଛି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ ।
ଅର୍ଥାଭାବ ଦୂରେଇ ଯିବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜାନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭ ହେବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବା ଆଶା କରାଯାଏ ।
ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ବ୍ୟୟାଧିକ ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ମଧୁରଭାଷୀ ହେବେ । ନୀତିନିଷ୍ଠ ହେବେ । ଜ୍ଞାନୀ ଓ ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ ।
ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟେତିଷବିଦ୍ୟା ପ୍ରତି ରୁଚି ରହିବ । ଦାମ୍ପତ୍ୟ ସୁଖ ମିଳିବ ।
କର୍ତ୍ତବ୍ୟ ପରାୟଣ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବେ ।
ସେବା-ପୂଜାରେ ନିୟୋଜିତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍ ଓ ସାହସୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ଦୂରଯାତ୍ରା କରିପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ହର୍ଷଯୁକ୍ତ ଓ ବିଶୁଦ୍ଧଭାଷୀ ହେବେ । ମୁକ୍ତା ଶୁଭ୍ର ପଦାର୍ଥର ଅଧିକାରୀ ହୋଇପାରନ୍ତି ।
ବନ୍ଧୁ ସହଯୋଗ ପାଇ ବିଶେଷ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ସାମୟିକ ଭାବେ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ ।
ଆର୍ଥିକ ଅବସ୍ଥାରେ ପରିବର୍ତ୍ତନ ଦେଖା ଦେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ହେବେ । ଶତ୍ରୁ ଦମନ କରିବାର କଳା ଓ କୌଶଳ ଆପଣଙ୍କ ଠାରେ ଅଛି । ଭଲମନ୍ଦ ମିଶ୍ରିତ ଫଳ ମିଳିବ ।
କାର୍ଯ୍ୟରେ ଢ଼େର ଉନ୍ନତି ଘଟାଇ ପାରନ୍ତି । ଚିନ୍ତାମୁକ୍ତ ହେବେ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଭାବେ ଧନଲାଭ ହୋଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଖୁସିରେ ରହିବେ ।
ଶତ୍ରୁ ବଳବାନ୍ ଥିବାରୁ ସତର୍କରେ ଚଳିବାକୁ ପଡ଼ିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହେବେ । ଜଳପ୍ରତି ଆଦର ପ୍ରେମୀ ହୋଇପାରନ୍ତି । ବୁଦ୍ଧିମାନ୍ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments