OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 17th August 2019

Odia Rashiphala

Odia Rashiphala

କର୍ମକ୍ଷେତ୍ରରେ ଲାଗିପଡ଼ି କୃତକାର୍ଯ୍ୟ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଚଞ୍ଚଳ ଚେଷ୍ଟିତ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହ ସମ୍ମାନିତ ହେବେ ।
କାର୍ଯ୍ୟକୁ ଶୃଙ୍ଖଳିତ କରିବାରେ ସକ୍ଷମ ହେବେ । କାର୍ଯ୍ୟ ସଫଳତା ଲାଭ କରିବେ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ତଥା ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ସୁଖ ମିଳିବ ।
କୃତିତ୍ୱ ଅର୍ଜନ କରି ସମ୍ମାନିତ ହେବେ । ଶାରୀରିକ ସ୍ତରରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ସହକର୍ମୀମାନଙ୍କଠାରୁ ସହଯୋଗ ମିଳିବ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ଲାଭବାନ୍ ହେବେ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଅଧିକ ଖର୍ଚ୍ଚାନ୍ତ ହେବେ ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନଲାଭ ହେବାର ସୁଯୋଗ ସୃଷ୍ଟି ହୋଇଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।
ନିଷ୍ଠାପର ଭାବେ କାର୍ଯ୍ୟ ସମ୍ପାଦନ କରିବେ । ଉଦାର ସ୍ୱଭାବର ହେବେ । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ବ୍ୟକ୍ତ୍ୱତିର ପରପ୍ରିକାଶ ଘଟାଇ ପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।
ନିର୍ମାଣ କାର୍ଯ୍ୟର ଅଗ୍ରଗତି ଘଟାଇ ପାରନ୍ତି । ସମ୍ମାନିତ ହେବେ । ମନପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃସ୍ନେହ ରହିବ ।
ସ୍ୱାଧୀନ ଭାବେ ନିଜ ଇଚ୍ଛାରେ କାର୍ଯ୍ୟ କରିବା ସମ୍ଭବ ନୁହେଁ । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ରସୁଖ ଲାଭ କରିବେ ।
ନିର୍ଭରଶୀଳ ନ ହୋଇ ନିଜର ସ୍ୱାଧୀନ ଚିନ୍ତାଧାରାରେ କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭର ସୂଚନା ମିଳୁଛି । ରୁଚିକର ଭୋଜନ ମିଳିବ ।
ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ । ଖର୍ଚ୍ଚ ପରିମାଣ ବଢ଼ି ଯାଇପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିପାରନ୍ତି । ଏକାନ୍ତପ୍ରିୟ ହେବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments