OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 20th March 2021

Odia Rashiphala

Odia Rashiphala

ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଭାଷା ମଧୁର ଓ ହୃଦୟସ୍ପର୍ଶୀ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି ।
ସୁଖ ସମ୍ମାନ ଲାଭ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଆୟ ଆଶାନୁରୂପ ହେବ । ଧନ ସମ୍ପଦ ଭରପୂର ରହିବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ସୁଖ ମିଳିବ ।
ଭ୍ରମଣକାଳୀନ ବ୍ୟୟ ଅତ୍ୟଧିକ ହୋଇପାରେ । କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ନିରୋଳାରେ ସମୟ ବିତାଇବାକୁ ଆଗ୍ରହୀ ହେବେ । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ପାରଙ୍ଗମ ହେବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରୁ ଧନପ୍ରାପ୍ତି ସହିତ ସମ୍ମାନିତ ହେବେ । ଗୃହ ସୁଖ ମିଳିପାରେ । ବାକ୍ୟ ପଟୁ ହେବେ । ବୁଦ୍ଧିମାନ୍ ହେବେ ।
ସୁଖ ଭୋଗର ସୂଚନା ମିଳୁଛି । ବିଭିନ୍ନ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ମମତା ରହିବ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ଦିନଟି ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସମ୍ମାନିତ ହେବେ ।
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶତ୍ରୁବିନାଶ କରିବାରେ ସିଦ୍ଧହସ୍ତ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କ ରହିବେ ।
ବ୍ୟବସାୟରୁ ଆଶାନୁରୂପ ଲାଭ ମିଳିବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ପ୍ରିୟ ବନ୍ଧୁଙ୍କ ସହାୟତା ପାଇ କର୍ମକ୍ଷେତ୍ରରେ ଶୀର୍ଷ ସ୍ଥାନକୁ ଯାଇପାରନ୍ତି ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିପାରନ୍ତି । ଜ୍ଞାନ ଗରିମା ବଳରେ ଶତ୍ରୁକୁ ପରାଜିତ କରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ ।
କର୍ମ ଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭ ହୋଇପାରେ । ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
ଉଦାର ମନୋଭାବର ହୋଇପାରନ୍ତି । ଦାନ ଧର୍ମକୁ ଶ୍ରେୟ ମଣିବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତରୁ ଲାଭ ମିଳିବ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ କର୍ମଯୁକ୍ତ ହେବେ ।
ପ୍ରଭାବଶାଳୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଧାର୍ମିକ ପ୍ରବଣ ହୋଇପାରନ୍ତି । ବଚନ ମଧୁର ହେବ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ସାହସୀ ହେବେ । ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments